ରାଜ୍ୟରେ ଜାରି ରହିଛି ତୁହାକୁ ତୁହା ବର୍ଷା: ଆଗାମୀ ଦୁଇ ଦିନ ବର୍ଷାରୁ ନିସ୍ତାର ନାହିଁ

ଭୁବନେଶ୍ୱର (କେନ୍ୟୁଜ): ବର୍ଷାରେ ଭିଜୁଛି ସାରା ରାଜ୍ୟ । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଚାଲିଛି । ଗତକାଲି ରାତିରୁ ଟ୍ଵିନ୍‌ ସିଟିରେ ଲଗାଣ ବର୍ଷା ଜାରି ରହିଛି। ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟର ଆଭ୍ୟନ୍ତରୀଣ ଓଡ଼ିଶା ଓ ଛତିଶଗଡ଼ ଯାଏ ରହିଛି । ଏହାର ପ୍ରଭାବରେ ଆହୁରି ବର୍ଷା ହେବ ।

ଆଗାମୀ ଦୁଇ ଦିନ ବର୍ଷାରୁ ନିସ୍ତାର ନାହିଁ । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲା ଢେଙ୍କାନାଳ, କଟକ ଓ ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଆଜି ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲା ଓ ଆସନ୍ତାକାଲି ପାଇଁ ୧୪ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୭ ତାରିଖଠାରୁ କମିବ ବର୍ଷା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.