ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା !

ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ କେନ୍ଦ୍ରୀଭୂତ ରହିଛି । ବାୟୁମଣ୍ଡଳର ୧.୫ କିଲୋମିଟରରୁ ୭.୬ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ କେନ୍ଦ୍ରୀଭୂତ ରହିଛି । ବାୟୁମଣ୍ଡଳର ୧.୫ କିଲୋମିଟରରୁ ୭.୬ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । ବିଶେଷ କରି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ଓ କେତେ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।

ଆଜି ପାଇଁ ପ୍ରବଳ ବର୍ଷା ନେଇ ୮ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆସନ୍ତାକାଲି ବଢ଼ିବ ବର୍ଷା ବିସ୍ତତି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୮ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ ।

ରାଜ୍ୟରେ ଦୁର୍ବଳ ପଡ଼ିଥିବା ମୌସୁମୀ । ଖୁବଶୀଘ୍ର ସ୍ୱାଭାବିକ ସ୍ଥିତିକୁ ଫେରିବ । ଫଳରେ ବଢ଼ିପାରେ ବର୍ଷା ପରିମାଣ । ଚଳିତ ମୌସୁମୀ ଋତୁରେ ଜୁନ୍‌ରୁ ଆଜି ସୁଦ୍ଧା ରାଜ୍ୟରେ ୧୭୧.୭ ମିଲିମିଟର ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ୨୪୭.୪ ମିଲିମିଟର ତୁଳନାରେ ୩୧ ପ୍ରତିଶତ ନିଅଣ୍ଟିଆ । ଦେବଗଡ଼ ଜିଲ୍ଲାରେ ସର୍ବାଧିକ ୩୩୧.୮ ମିଲିମିଟର ବର୍ଷା ହୋଇଛି । ରାୟଗଡ଼ା ଜିଲ୍ଲାରେ ରେକର୍ଡ ହୋଇଛି ସର୍ବନିମ୍ନ ୫୬.୭ ମିଲିମିଟର ବର୍ଷା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.