୩ ଦିନ ପ୍ରବଳ ବର୍ଷିବ, କାଲିଠୁ ରାଜ୍ୟରେ ଛେଚିବ 

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । ଦକ୍ଷିଣ ଉପକୂଳ ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ େଓ୍ଵଲ ମାର୍କ ଲୋ ପ୍ରେସର ସକ୍ରିୟ ରହିଛି । ଏହାର ପ୍ରଭାବରେ କାଲିଠାରୁ ତିନି ଦିନ ରାଜ୍ୟରେ ଭୀଷଣ ବର୍ଷା ହେବ । ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ  ୬ ଜିଲ୍ଲା ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି ଓ ବୌଦ୍ଧକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତାକାଲି ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ଓ୍ଵାର୍ଣ୍ଣିଂ । ୧୭ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା । କାଲିଠୁ ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.