ଉତ୍ତର ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ ! ପ୍ରଭାବରେ ଆସନ୍ତା ୯ ଓ ୧୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର: ଉତ୍ତର ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଯାଉଥିବା ଆଉ ଏକ ଲଘୁଚାପ ପ୍ରଭାବରେ ଆସନ୍ତା ୯ ଓ ୧୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର ଜିଲ୍ଲା ମାନଙ୍କରେ ଅଧିକ ବର୍ଷା ହେବା ନେଇ ସୂଚନା ମିଳିଛି।

୯ ତାରିଖ ଦିନ କଳାହାଣ୍ଡି, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ ଓ ସୋନପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ଏବଂ ନୂଆପଡ଼ା, ନବରଙ୍ଗପୁର, ସମ୍ବରପୁର, ଗଞ୍ଜାମ, ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୧୦ ତାରଖରେ ଗଜପତ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ଓ କୋରାପୁଟ ରାୟଗଡ଼ା ବୌଦ୍ଧ ମାଲକାନାଗିରରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ ନିର୍ଦ୍ଦେଶକ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.