୧୬ରୁ ଗ୍ରୀଷ୍ମ ଲହରୀ, ଆସନ୍ତାକାଲିଠୁ ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହିଟ୍‌ ୱେଭ ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ୧୬ରୁ ତିନି ଦିନ ଗ୍ରୀଷ୍ମ ପ୍ରବାହ ସମ୍ଭାବନା । ଆସନ୍ତାକାଲିଠୁ ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହିଟ୍‌ ୱେଭ ସମ୍ଭାବନା ରହିଛି । ଏହି ସମୟରେ କିଛି ସ୍ଥାନରେ ପାରଦ ସ୍ୱାଭାବିକଠୁ ୩ରୁ ୫ ଡିଗ୍ରୀ ସେଲସିୟସ ଯାଏ ବୃଦ୍ଧି ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୧୬ ତାରିଖରେ ସୋନପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ନୟାଗଡ଼ା, ଖୋର୍ଦ୍ଧା, ବାଲେଶ୍ୱର ଓ ମୟୂରଭଞ୍ଜକୁ ହିଟ୍‌ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୭ ତାରିଖରେ ସୋନପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ନୟାଗଡ଼, ଖୋର୍ଦ୍ଧା, ବାଲେଶ୍ୱର ଓ ମୟୂରଭଞ୍ଜ ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୧୮ ତାରିଖରେ ସୋନପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ଦିନ ୨ଟା ୩୦ ସୁଦ୍ଧା ସମ୍ବଲପୁରରେ ସର୍ବୋଚ୍ଚ ତାପମାତ୍ରା ୩୮.୪ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.