ରାଜ୍ୟ

ସରକାରୀ ଚାକିରିଆଙ୍କ ପାଇଁ ଖୁସି ଖବର, ପେନସନ୍ ପାଇବାକୁ ଥିବା କର୍ମଚାରୀଙ୍କ ପାଇଁ ଖୋଲିବ ହେଲ୍ପଡେସ୍କ

ଭୁବନେଶ୍ୱର (କେନ୍ୟୁଜ): ସରକାରୀ ଚାକିରିଆ ମାନଙ୍କ ନିମନ୍ତେ ଖୁସି ଖବର। ଅବସର ଗ୍ରହଣ ପରେ ପେନସନ୍ ପାଇନଥିବା କର୍ମଚାରୀମାନେ ଏଣିକି ଜିଲ୍ଲାସ୍ତରୀୟ କାର୍ଯ୍ୟାଳୟରେ ପେନସନ୍ ଆବେଦନ କରିପାରିବେ। ଏଥି ନିମନ୍ତେ ସମସ୍ତ ସହଯୋଗ କରିବାକୁ ବିଭିନ୍ନ ବିଭାଗର ନିର୍ଦ୍ଦେଶକଙ୍କ ମାଧ୍ୟମରେ ସଂପୃକ୍ତ ଜିଲ୍ଲାସ୍ତରୀୟ ମୁଖ୍ୟ ଅଧିକାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏ ସଂକ୍ରାନ୍ତୀୟ ଏକ ଉଚ୍ଚସ୍ତରୀୟ ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଖୁବଶୀଘ୍ର ପେନସନ୍ ଅଦାଲତ ଅନୁଷ୍ଠିତ ହେବ । ଏଥି ନିମନ୍ତେ ତାରିଖ ଓ ସ୍ଥାନ ଘୋଷଣା କରାଯିବ ।

ଏହା ପୂର୍ବରୁ ଜିଲ୍ଲାସ୍ତରୀୟ ଅଧିକାରୀମାନେ ସେମାନଙ୍କ କାର୍ୟ୍ୟାଳୟରୁ ଅବସର ଗ୍ରହଣ କରି ପେନସନ୍ ପାଇନଥିବା କର୍ମଚାରୀଙ୍କୁ ଯୋଗାଯୋଗ କରି ସମସ୍ତ ଆବଶ୍ୟକୀୟ କାଗଜପତ୍ର ନିମନ୍ତେ ସହଯୋଗ କରିବେ । ଏଥି ପାଇଁ ପ୍ରତି କାର୍ୟ୍ୟାଳୟରେ ହେଲ୍ପଡେସ୍କ ଖୋଲାଯିବ । ଏହାଦ୍ୱାରା କର୍ମଚାରୀମାନେ ସହଜରେ ଆବଶ୍ୟକୀୟ ପେନସନ୍ କାଗଜପତ୍ର ପ୍ରଦାନ କରିପାରିବେ ବୋଲି ଶ୍ରୀ ମହାପାତ୍ର କହିଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା, ରାଜସ୍ୱ, ପଂଚାୟତି ରାଜ, ଗୃହ, ଗ୍ରାମ୍ୟ ଉନ୍ନୟନ ଓ ଜଙ୍ଗଲ ବିଭାଗରେ ଅଧିକ ସଂଖ୍ୟକ କର୍ମଚାରୀ ଥିବାରୁ ଏଥି ନିମନ୍ତେ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ବିଭାଗୀୟ ନିର୍ଦ୍ଦେଶକମାନଙ୍କୁ ପରାମର୍ଶ ଦିଆଯାଇଛି । ସଂପୃକ୍ତ ବିଭାଗର ନିର୍ଦ୍ଦେଶକମାନେ ସେମାନଙ୍କ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ଏଥି ନିମନ୍ତେ ଆବଶ୍ୟକୀୟ ନିର୍ଦ୍ଦେଶ ଦେବାକୁ କୁହାଯାଇଛି । ଏପରିକି ବିଭିନ୍ନ ତଥ୍ୟ ଅଭାବରୁ, ବୟସାଧିକ, ସ୍ୱାମୀ କିମ୍ୱା ସ୍ତ୍ରୀଙ୍କ ମୃତ୍ୟୁ କାରଣରୁ ପେନସନ୍ରୁ ବଞ୍ଚିତ କର୍ମଚାରୀଙ୍କ ଘରୁ ପେନସନ୍ ପତ୍ର ସଂଗ୍ରହ କରିବାକୁ ଜିଲ୍ଲାସ୍ତରୀୟ କାର୍ୟ୍ୟାଳୟର ମୁଖ୍ୟ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥି ନିମନ୍ତେ ଆବଶ୍ୟକ ପଡିଲେ ଅନଲାଇନ ମାଧ୍ୟମରେ ପେନସନ୍ ପତ୍ର ସଂଗ୍ରହ କରିବାକୁ ପଦକ୍ଷେପ ଗ୍ରହଣ କରାଯିବ ।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago