ଆଜି ଶ୍ରୀକ୍ଷେତ୍ରରେ ହେରାପଞ୍ଚମୀ ନୀତି, ନନ୍ଦିଘୋଷ ରଥ ଭାଙ୍ଗିବେ ଅଭିମାନିନୀ ଲକ୍ଷ୍ମୀ ଠାକୁରାଣୀ

ପୁରୀ(କେନ୍ୟୁଜ୍) : ଶ୍ରୀମନ୍ଦିର ଛାଡି ଏବେ ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ । ପତ୍ନୀ ମହାଲକ୍ଷ୍ମୀଙ୍କୁ ନନେଇ ସାଙ୍ଗରେ ଭାଇ-ଭଉଣୀଙ୍କୁ ନେଇ ଆସିଥିବାରୁ ଅଭିମାନ କରିଛନ୍ତି ମା’ ଲକ୍ଷ୍ମୀ ଠାକୁରାଣୀ । ଏନେଇ ଆଜି ଶ୍ରୀକ୍ଷେତ୍ରରେ ହେରାପଞ୍ଚମୀ ନୀତି ଅନୁଷ୍ଠିତ ହେବ । ମା’ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ଯାଇ ଆଜି ରଥ ଭାଙ୍ଗିବେ । ପରମ୍ପରା ଅନୁଯାୟୀ ମହାଲକ୍ଷ୍ମୀ ସନ୍ଧ୍ୟା ଧୂପ ପରେ ଶ୍ରୀମନ୍ଦିରରୁ ନିଜ ପାରିଷଦ ବର୍ଗଙ୍କ ସହ ଗୁଣ୍ଡିଚା ମନ୍ଦିରକୁ ଯିବେ ।

ଶରଧାବାଲିରେ ଥିବା ରଥ ନିକଟରେ ପହଂଚିବା ପରେ ପତିମହାପାତ୍ର ଓ ଅନ୍ୟ ସେବାୟତଙ୍କ ସହାୟତାରେ ରଥ ତଳ ନୀତି ସମ୍ପନ୍ନ ହେବ । ପରେ ମହାଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ଜଗମୋହନକୁ ବିଜେ କରିବେ । ସେଠାରେ ଆଜ୍ଞାମାଳ ଲାଗି ପରେ ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ । ଆଜି ପବିତ୍ର ହେରା ପଞ୍ଚମୀ ନୀତି ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଛି ।

 

KNews Bureau

Recent Posts

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

27 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

31 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

48 mins ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

51 mins ago

କ୍ରିକେଟ୍‌ ଜଗତରେ ଶୋକର ଛାଇ, ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ଦେହାନ୍ତ

ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…

1 hour ago

ପ୍ରତିଦିନ ଜଣେ ବ୍ୟକ୍ତି କେତେ ପରିମାଣର ଫାଇବର ଖାଇବା ଉଚିତ?

ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…

1 hour ago