ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା RWSSର ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାସଙ୍କ ପତ୍ନୀଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ

କଟକ(କେନ୍ୟୁଜ୍):  ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ(ଆର୍‌ଡବ୍ଲୁଏସ୍‌ଏସ୍‌) ଭୁବନେଶ୍ୱର ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାସଙ୍କ ପତ୍ନୀ ଧରିତ୍ରୀ ଦାସଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ହାଇକୋର୍ଟ। ଜଷ୍ଟିସ ଚିତ୍ତ ରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଆବେଦନକାରୀଙ୍କ ଆଗୁଆ ଜାମିନ ଉପରେ ଶୁଣାଣି କରି ଅନ୍ତରୀଣ ସୁରକ୍ଷା ପ୍ରଦାନ କରିବା ସହ ଦସ୍ତାବିଜ ଦାଖଲ କରିବା ପାଇଁ ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ସିଦ୍ଧାର୍ଥ ଦାସ ମାମଲା ପରିଚାଳନା କରୁଛନ୍ତି। ମାମଲାର ପରବର୍ତୀ ଶୁଣାଣି ଆସନ୍ତା ୨୪କୁ ଧାର୍ଯ୍ୟ କରିଛନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗ କ୍ରମେ ନିହାରଙ୍କୁ ଭିଜିଲାନ୍ସ ଗତ ୨୮ରେ ଗିରଫ କରିଥିଲା।

ଭିଜିଲାନ୍ସ ସୂଚନା ଅନୁସାରେ ତାଙ୍କର ୩. ୯୬ କୋଟି ଟଙ୍କା ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଛି। ଯାହା ତାଙ୍କ ଆୟ ଠାରୁ ୨୭୫ ପ୍ରତିଶତ ଅଧିକ। ଅନ୍ୟପଟେ ନିହାରଙ୍କ ଲିଙ୍କ୍‌ ନେଇ ସମ୍ବଲପୁରର ଏକାଧିକ ସ୍ଥାନରେ ଭିଜିଲାନ୍ସ ଟିମ୍‌ ଚଢ଼ଉ କରିଥିଲା। ସମ୍ବଲପୁରର ଜଣେ ଠିକାଦାରଙ୍କର ସହ ତାଙ୍କର ଲିଙ୍କ୍‌ ମିଳିବା ପରେ ଭିଜିଲାନ୍ସ ଠିକାଦାରଙ୍କ ଘରେ ଓ କାର୍ଯ୍ୟାଳୟରେ ଚଢ଼ଉକରି ବିଭିନ୍ନ କାଗaଜପତ୍ର ଜବତ କରି ତାଙ୍କୁ କୋର୍ଟ ଚାଲାଣ କରିଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.