Below header

ପୁରୀ ହାଜତ ମୃତ୍ୟୁ ମାମଲା: ସୋମବାର ସୁଦ୍ଧା ସତ୍ୟପାଠ ଦାଖଲ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କେନ୍ୟୁଜ୍(ବ୍ୟୁରୋ):  ପୁରୀ ହାଜତ ମୃତ୍ୟୁ ମାମଲାରେ ହାଇକୋର୍ଟଙ୍କଠାରୁ ଜବାବ ତଲବ । ସୋମବାର ସୁଦ୍ଧା ଏ ସଂପର୍କିତ ରିପୋର୍ଟ ସତ୍ୟପାଠ ଦାଖଲ କରିବାକୁ କୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପୁରୀର ଆଇନଜୀବୀ ଶରତ କୁମାର ରାୟଗୁରୁଙ୍କ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ଆସନ୍ତା ସୋମବାର ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଘଟଣାର ନିରପେକ୍ଷ ତଦନ୍ତ ଦାବି, ଉପଯୁକ୍ତ କ୍ଷତିପୂରଣ ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଆବେଦନକାରୀ ପ୍ରାର୍ଥନା କରିଛନ୍ତି । ଏହି ମାମଲାରେ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ପୁରୀ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ପକ୍ଷଭୁକ୍ତ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.