କେନ୍ୟୁଜ୍: ହାଇକୋର୍ଟରେ ଆର୍ଦ୍ରଭୂମି ସୁରକ୍ଷା ମାମଲାର ଶୁଣାଣି। ହାଜର ହେଲେ ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ସଚିବ ମୋନା ଶର୍ମା। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସେ ହାଜର ହୋଇଥିଲେ । ହାଇକୋର୍ଟଙ୍କ ନିର୍ଦ୍ଦେଶନାମାକୁ କାହିଁକି କାର୍ଯ୍ୟ କରାଯାଉ ନାହିଁ ବୋଲି କୋର୍ଟ ପ୍ରଶ୍ନ କରିଥିଲେ। ଏପରି ତ୍ରୁଟି ଆଉ ହେବ ନାହିଁ ବୋଲି ଅଦାଲତଙ୍କୁ ଜଣାଇଛନ୍ତି ମୋନା ଶର୍ମା। ଆର୍ଦ୍ରଭୂମି ସୁରକ୍ଷା କମିଟିର ବୈଠକରେ ଜିଲ୍ଲାପାଳମାନେ ଉପସ୍ଥିତ ରହୁ ନଥିବା ଆମିକସ୍ କ୍ୟୁରୀ ଅଦାଲତଙ୍କୁ ଅବଗତ କରାଇଥିଲେ। ସମସ୍ତ ବୈଠକରେ ସଂପୃକ୍ତ ଜିଲ୍ଲା ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ କେନ୍ଦ୍ରାପଡା ଜିଲ୍ଲାପାଳ ଉପସ୍ଥିତ ରହିବାକୁ ହାଇକୋର୍ଟ ଆଜି ନିର୍ଦ୍ଦେଶ ଦେଇଛନ୍ତି। ମାମଲା ବିଚାରଧୀନ ଥିବାବେଳେ ଚିଲିକାରେ ଚିଙ୍ଗୁଡି ଘେରି ବଢି ବଢି ଚାଲି ଥିବାରୁ କ୍ଷୋଭ ପ୍ରକାଶ କରିଥିଲେ ହାଇକୋର୍ଟ। ଚିଲିକାରୁ ଚିଙ୍ଗୁଡି ଘେରି ଉଚ୍ଛେଦ ତ୍ୱରାନ୍ଵିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହାସହ ଆର୍ଦ୍ରଭୂମି ସୁରକ୍ଷା କମିଟିର ନିଷ୍ପତ୍ତି ଅନୁଯାୟୀ ଗୃହ ବିଭାଗ କାର୍ଯ୍ୟାନୁଷ୍ଠାନ ନେବାକୁ ହାଇକୋର୍ଟ ଗୃହ ବିଭାଗକୁ କଡା ନିର୍ଦ୍ଦେଶ ଦେଇଛନ୍ତି। ଆର୍ଦ୍ରଭୂମି ସୁରକ୍ଷା ମାମଲାର ପରବର୍ତ୍ତୀ ଶୁଣାଣି ଅକ୍ଟୋବର ୨୧ ତାରିଖରେ ହେବ ବୋଲି ଧାର୍ଯ୍ୟ ହୋଇଛି।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…