Below header

ଜୁଲାଇ ମାସରୁ ଘଟିଲାଣି ଘଟଣା, ଏଯାଏ କାହିଁକି ଅଭିଯୁକ୍ତଙ୍କୁ କରାଯାଇନାହିଁ ଗିରଫ : ହାଇକୋର୍ଟ

ଭୁବନେଶ୍ବର: ପରୀ ହତ୍ୟା ମାମଲାର ତଦନ୍ତ ନେଇ ହାଇକୋର୍ଟ କ୍ଷୁବ୍ଧ । ଜୁଲାଇ ମାସରୁ ଘଟଣା ଘଟିଲାଣି, ଅଭିଯୁକ୍ତଙ୍କୁ ଏଯାଏ କାହିଁକି ଗିରଫ କରାଯାଇନାହିଁ ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି । ଏହାସହ ପରୀ ପରିବାରକୁ ସୁରକ୍ଷା ଯୋଗାଇ ଦେବାକୁ ନୟାଗଡ଼ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ନୟାଗଡ଼ ପରୀ ହତ୍ୟା ମାମଲାର ସିବିଆଇ ତଦନ୍ତ ଦାବିରେ ଦାଏର ଦୁଇଟି ଜନସ୍ୱାର୍ଥ ମାମଲାର ଶୁଣାଣି କରି ଏହା କହିଛନ୍ତି ହାଇକୋର୍ଟ।

୧୬ ତାରିଖ ସୁଦ୍ଧା ସତ୍ୟପାଠ ମାଧ୍ୟମରେ ଷ୍ଟାଟସ ରିପୋର୍ଟ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ରିପୋର୍ଟ ଦାଖଲ ନେଇ ନିର୍ଦ୍ଦେଶ ଦିଆଯାଇଛି। ଏ ସଂପର୍କରେ ନୟାଗଡ଼ ଏସ୍‌ପି ଆସନ୍ତା ୧୬ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବେ । ଆସନ୍ତା ୧୬ରେ ହାଇକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ପରୀର ପରିବାରକୁ ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ ପାଇଁ ମଧ୍ୟ ହାଇକୋର୍ଟରେ ଏହି ଆବେଦନ ହୋଇଛି।

ଆଇନଜୀବୀ ପଦ୍ମାଳୟା ମହାପାତ୍ର ଓ ଭାରତୀୟ ବିକାଶ ପରିଷଦ ପକ୍ଷରୁ ପୃଥକ ପୃଥକ ଭାବେ ଦୁଇଟି ମାମଲା ଦାୟର କରାଯାଇଛି। ମାମଲା ଦୁଇଟିରେ ରାଜ୍ୟ ଗୃହ ସଚିବ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦେଶକ, ନୟାଗଡ଼ ଜିଲ୍ଲାପାଳ, ଏସ୍‌ପି ଓ ନୟାଗଡ଼ ସଦର ଥାନାଧିକାରୀଙ୍କୁ ପକ୍ଷଭୁକ୍ତ କରାଯାଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଆଗତ ଜନସ୍ୱାର୍ଥ ମାମଲାରେ ବାହ୍ୟ ଚାପ ମୁକ୍ତ ତଦନ୍ତକାରୀ ସଂସ୍ଥାକୁ ଏହାର ତଦନ୍ତ ଦାୟିତ୍ୱ ଦେବାକୁ ଆବେଦନ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.