କଟକ (କେନ୍ୟୁଜ): କନିଷ୍ଠ ଶିକ୍ଷକ ନିଯୁକ୍ତି ଉପରେ ଅନ୍ତରୀଣ ରହିତାଦେଶ ଜାରି କଲେ ହାଇକୋର୍ଟ । ଡକ୍ୟୁମେଣ୍ଟ ଭେରିଫିକେସନ ହେବ । କିନ୍ତୁ ଚୂଡାନ୍ତ ତାଲିକା ଓ ନିଯୁକ୍ତି ହେବ ନାହିଁ ବୋଲି ହାଇକୋର୍ଟ କହିଛନ୍ତି । ୨୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ୧୮ ହଜାରରୁ ଉର୍ଦ୍ଧ୍ବ ଆଶାୟୀ କନିଷ୍ଠ ଶିକ୍ଷକ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି । ସାରା ରାଜ୍ୟରେ ୨୦ ଓ ୨୧ ତାରିଖରେ ଡକ୍ୟୁମେଣ୍ଟ ଭେରିଫିକେସନ ହେବାର ରହିଛି । ଓସେପା ଏହି ପରୀକ୍ଷା ପରିଚାଳନା କରୁଛି । ପରୀକ୍ଷାରେ ଅନିୟମିତତା ହୋଇଥିବା ଦର୍ଶାଇ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା ।
ସୂଚନାଯୋଗ୍ୟ ଯେ ଓଡିଶା କନିଷ୍ଠ ଶିକ୍ଷକ ନିଯୁକ୍ତି ନେଇ ପ୍ରକାଶ ପାଇଥିବା ମେରିଟ୍ ଲିଷ୍ଟରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଆଣିଛନ୍ତି ଆଶାୟୀ । ଗୁରୁବାର ଓସେପା କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ପରେ ଶୁକ୍ରବାର ଭୁବନେଶ୍ବର ଲୋୟର ପିଏମଜିରେ ଆଶାୟୀମାନେ ଧାରଣା ଦେଇଥିଲେ । ମେରିଟ୍ ଲିଷ୍ଟ ପ୍ରକାଶ ପୂର୍ବରୁ କଟ୍ଅଫ୍ ତାଲିକା ପ୍ରକାଶ କରାଯାଇନଥିବାରୁ କେଉଁ ପ୍ରାର୍ଥୀ କେତେ ମାର୍କ ରଖିଛନ୍ତି , କଟ୍ଅଫ୍ ମାର୍କ କେତେ ରଖାଯାଇଛି , ତାହା ସାମ୍ନାକୁ ଅଣାଯାଉ ବୋଲି ଦାବି ହୋଇଛି ।
ଭୁବନେଶ୍ୱର(କେନ୍ୟୁଜ୍): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…
ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…
ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍ରୁ ପ୍ରେମିକା…
କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…