କଟକ(କେନ୍ଯୁଜ୍): ବହୁ ଚର୍ଚ୍ଚିତ ବ୍ରହ୍ମପୁର ସୁମିତ-ତପସ୍ୱିନୀ ପାରିବାରିକ ବିବାଦ ମାମଲାରେ ପୁଣି ନୂଆ ମୋଡ଼। ତପସ୍ୱିନୀଙ୍କୁ ମାସିକ ୧୦ ହଜାର ଟଙ୍କା ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ଭରଣପୋଷଣ ନେଇ ତଳକୋର୍ଟ ଦେଇଥିବା ନିର୍ଦ୍ଦେଶନାମା ଉପରେ ସ୍ଥଗିତାଦେଶ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।
ଭରଣପୋଷଣ ବାବଦକୁ ସୁମିତ ତପସ୍ୱିନୀଙ୍କୁ ମାସିକ ୧୭ ହଜାର ଟଙ୍କା ପରିବର୍ତ୍ତେ ୧୦ ହଜାର ଟଙ୍କା ଦେବେ ବୋଲି ହାଇକୋର୍ଟ ନିର୍ଦ୍ଦେଶନାମା ଦେଇଥିବା ବେଳେ ପ୍ରତ୍ୟେକ ମାସ ୧୦ ତାରିଖ ସୁଦ୍ଧା ଏହି ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଏକ ମାସ ପର୍ଯ୍ୟନ୍ତ ତପସ୍ୱିନୀ ସେହି ଘରେ ରହିବାକୁ କୋର୍ଟ ଅନୁମତି ଦେଇଛନ୍ତି ।
ଏହାସହ ଏକ ମାସ ମଧ୍ୟରେ ବାହାରେ ଘରଭଡା ନେଇ ସ୍ତ୍ରୀ ସହିତ ରହିବାକୁ ସୁମିତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ମାର୍ଚ୍ଚ ୨୮ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ବ୍ରହ୍ମପୁର ଜିଲା ଦୌରାଜଜ ଗତ ଜାନୁଆରୀ ୪ ତାରିଖରେ ଦେଇଥିବା ନିର୍ଦ୍ଦେଶ ବିରୋଧରେ ହାଇକୋର୍ଟରେ ଏହି ଅପିଲ କରିଛନ୍ତି ସୁମିତ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…