ଇନ୍‌ଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲା: ତଦନ୍ତର ସ୍ଥିତି ସମ୍ପର୍କରେ ରିପୋର୍ଟ ଦେବାକୁ କ୍ରାଇମ୍‌ବ୍ରାଞ୍ଚକୁ ନିର୍ଦ୍ଦେଶ, ନଭେମ୍ବର ୯ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ଵର: ହାଇକୋର୍ଟରେ ଭୁବନେଶ୍ଵର ନାବାଳିକା ତଦନ୍ତର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ ରିପୋର୍ଟ ଦେବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନଭେମ୍ବର ୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି। ଗଣଦୁଷ୍କର୍ମ ମାମଲାର ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ କରାଯାଇଥିଲା। ଅକ୍ଟୋବର ୬ ତାରିଖଠାରୁ ଏହି ମାମଲା ଓଡିଶା କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିବା ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା ।

ଏହା ସହ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଥିଲା କ୍ରାଇମବ୍ରାଞ୍ଚ । ତଦନ୍ତ ପାଇଁ ଅଧିକ ଦିନ ସମୟ ଦେବାକୁ ଏହି ସତ୍ୟପାଠରେ ପ୍ରାର୍ଥନା କରାଯାଇଛି। ଏହାସହ ଉଲ୍ଲେଖ କରାଯାଇଛି ଯେ , କ୍ରାଇମବ୍ରାଞ୍ଚର ଜଣେ ଏସପିଙ୍କୁ ତଦନ୍ତ ଭାର ଦିଆଯାଇଛି। ୪ ଜଣ ଇନ୍ସପେକ୍ଟର ଏଥିରେ ଏସପିଙ୍କୁ ସହଯୋଗ କରୁଛନ୍ତି । ଅଭିଯୁକ୍ତ ମାନଙ୍କୁ ପଚରାଉଚାରା କରାଯାଇଛି ଏବଂ ବୟାନ ମଧ୍ୟ ରେକର୍ଡ ହୋଇଛି। ସେମାନଙ୍କ ପଲିଗ୍ରାଫ୍‌ ପରୀକ୍ଷା ମଧ୍ୟ ହୋଇଛି । ରିପୋର୍ଟକୁ ଅପେକ୍ଷା କରାଯାଇଛି ।

ଘଟଣା ଘଟିବାର ୪ ମାସ ପରେ ମାମଲା ଦାୟର ହୋଇଛି। ତେଣୁ “ବାୟୋଲୋଜିକାଲ” ପ୍ରମାଣ ପାଇବାରେ ସମସ୍ୟା ହେଉଛି । କ୍ରାଇମବ୍ରାଞ୍ଚ ଏହାର ତଦନ୍ତ କରୁଛି ଓ ଏଥିପାଇଁ ସିବିଆଇ କିମ୍ବା ହାଇକୋର୍ଟରେ ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ଵାରା ଗଠିତ ଟିମ ଦ୍ଵାରା ତଦନ୍ତ ପାଇଁ ପ୍ରାର୍ଥନା ହୋଇଥିବା ବେଳେ ଏହି ମାମଲଟି ସିବିଆଇ କିମ୍ବା ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ଵାରା ତଦନ୍ତ କରାଯିବାର ଆବଶ୍ୟକତା ନଥିବା ସରକାରଙ୍କ ପକ୍ଷରୁ ଦର୍ଶାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.