ପରୀ ପରିବାରକୁ ସୁରକ୍ଷା ଯୋଗାଇ ଦିଆଯାଉ, ନିର୍ଦ୍ଦେଶ ଦେଲେ ଓଡିଶା ହାଇକୋର୍ଟ

କଟକ(କେ ନ୍ୟୁଜ): ନୟାଗଡ଼ ପରୀ ହତ୍ୟାକାଣ୍ଡ ମାମଲା ନେଇ ହାଇକୋର୍ଟରେ ଆଜି ଏକ ଶୁଣାଣି ହୋଇଛି । ମାମଲାର ସିବିଆଇ ତଦନ୍ତ ଦାବିରେ ହୋଇଥିବା ଦୁଇଟି ଜନସ୍ୱାର୍ଥ ମାମଲାର ଶୁଣାଣି କରିଛନ୍ତି ଓଡିଶା ହାଇକୋର୍ଟ। ତଦନ୍ତର ଅଗ୍ରଗତି ସଂପର୍କରେ ୧୬ ତାରିଖ ସୁଦ୍ଧା ସତ୍ୟପାଠ ମାଧ୍ୟମରେ ଜଣାଇବାକୁ ନୟାଗଡ଼ ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହାସହ ପରୀ ପରିବାରକୁ ସୁରକ୍ଷା ଯୋଗାଇ ଦେବାକୁ ମଧ୍ୟ ନିର୍ଦ୍ଦେଶ ଜାରି କରିଛନ୍ତି । ଆସନ୍ତା ୧୬ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଧାର୍ଯ୍ୟ ହୋଇଛି। ପରୀର ପରିବାରକୁ ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ ପାଇଁ ମଧ୍ୟ ହାଇକୋର୍ଟରେ ଏକ ଆବେଦନ କରାଯାଇଛି ।

ଏନେଇ ଆଇନଜୀବୀ ପଦ୍ମାଳୟା ମହାପାତ୍ର ଓ ଭାରତୀୟ ବିକାଶ ପରିଷଦ ପକ୍ଷରୁ ପୃଥକ ପୃଥକ ଭାବେ ଦୁଇଟି ମାମଲା ଦାୟର କରାଯାଇଛି। ମାମଲା ଦୁଇଟିରେ ରାଜ୍ୟ ଗୃହ ସଚିବ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦେଶକ, ନୟାଗଡ଼ ଜିଲ୍ଲାପାଳ, ଏସ୍‌ପି ଓ ନୟାଗଡ଼ ସଦର ଥାନାଧିକାରୀଙ୍କୁ ପକ୍ଷଭୁକ୍ତ କରାଯାଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଆଗତ ଜନସ୍ୱାର୍ଥ ମାମଲାରେ ବାହ୍ୟ ଚାପ ମୁକ୍ତ ତଦନ୍ତକାରୀ ସଂସ୍ଥାକୁ ଏହାର ତଦନ୍ତ ଦାୟିତ୍ୱ ଦେବାକୁ ଆବେଦନ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.