କଟକ : ଶନିବାର ଅଦାଲତ ବନ୍ଦ ରହିବ। କାର୍ଯ୍ୟ ଦିବସ ଥିବା ସମସ୍ତ ଶନିବାର ଦିନ ହାଇକୋର୍ଟ ଓ ଏହାର କାର୍ଯ୍ୟାଳୟ ବନ୍ଦ ରହିବ। ଏ ନେଇ ହାଇକୋର୍ଟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଜାନୁଆରି ୨୯ ତାରିଖରେ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ଜାରି କରିଥିବା ବିଜ୍ଞପ୍ତି ଆଧାରରେ ହାଇକୋର୍ଟ ପକ୍ଷରୁ ଏପରି ନିର୍ଦ୍ଦେଶନାମା ଜାରି କରାଯାଇଛି। ସେହିଭଳି ଭାବେ କାର୍ଯ୍ୟ ଦିବସ ଥିବା ସମସ୍ତ ଶନିବାର ଦିନ ରାଜ୍ୟର ସବୁ ନିମ୍ନ ଅଦାଲତ, ଟ୍ରିବ୍ୟୁନାଲ ଓ ଏ ସଂପର୍କିତ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ପ୍ରକାଶିତ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି ।