ଖୋର୍ଦ୍ଧା ସାରୁଅରେ ଦଳିତ ବର୍ଗଙ୍କ ଜମି ହଡ଼ପ ପ୍ରସଙ୍ଗ: ଜଗି ମଙ୍ଗତ ଓ ବୈଜୟନ୍ତ ପଣ୍ଡାଙ୍କ ମାମଲାର ଆଜି ହାଇକୋର୍ଟରେ ହେବ ଶୁଣାଣି

ଖୋର୍ଦ୍ଧା : ଖୋର୍ଦ୍ଧା ସାରୁଅରେ ଦଳିତ ବର୍ଗଙ୍କ ଜମି ହଡ଼ପ ପ୍ରସଙ୍ଗରେ ଆଜି ହାଇକୋର୍ଟରେ ଜଗି ମଙ୍ଗତ ପଣ୍ଡା ଓ ବୈଜୟନ୍ତ ପଣ୍ଡାଙ୍କ ମାମଲାର ଆସିବ ନିର୍ଦ୍ଦେଶନାମା । ଦିନ ୨ଟାରେ ଅଦାଲତ ଏହି ମାମଲାର ରାୟ ପ୍ରକାଶ କରିବେ । ଗତ ୧୩ ତାରିଖରେ ହାଇକୋର୍ଟ ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ । ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ଉଭୟଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଥିବା ହାଇକୋର୍ଟ ସ୍ପଷ୍ଟ କରିଥିଲେ ।

ସମସ୍ତ ପକ୍ଷ ଲିଖିତ ବିବୃତି ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ପକ୍ଷମାନେ ଲିଖିତ ବିବୃତି ଉପସ୍ଥାପନ କରି ସାରିଛନ୍ତି । ଓଡ଼ିଶା ଇନଫ୍ରା ଟେକ ପ୍ରାଇଭେଟ ଲିମିଟେଡ଼ ପକ୍ଷରୁ ପୂର୍ବତନ ନିର୍ଦ୍ଦେଶକ ମନୋରଞ୍ଜନ ଷଡ଼ଙ୍ଗୀ ଏହି ମୂଳ ମାମଲା ଦାୟର କରିଥିବା ବେଳେ ମାମଲାକୁ ପ୍ରତ୍ୟାହାର କରିବାକୁ ହାଇକୋର୍ଟରେ ଆବେଦନ କରିଛନ୍ତି । ଗତ ୫ ତାରିଖରେ ହାଇକୋର୍ଟ ମାମଲାର ଶୁଣାଣି କରି ବୈଜୟନ୍ତ ଓ ଜଗିଙ୍କୁ ପ୍ରଥମେ ନଭେମ୍ବର ୧୨ ଓ ପରେ ଶୁଣାଣି କରି ନିର୍ଦ୍ଦେଶନାମା ଆସିବା ପର୍ଯ୍ୟନ୍ତ ଗିରଫ କରାଯାଇ ପାରିବ ନାହିଁ ବୋଲି ନିର୍ଦ୍ଦେଶ ଦେଇଥିଲେ ।

ଓଡ଼ିଶା ଇନଫ୍ରା ଟେକ ପ୍ରାଇଭେଟ ଲିମିଟେଡର ଅନ୍ୟତମ ନିର୍ଦ୍ଦେଶକ ନିହାର ଭୂୟାଁଙ୍କ ପକ୍ଷରୁ ଆଗତ ଆବେଦନର ଶୁଣାଣି କରି ତାଙ୍କୁ ମଧ୍ୟ ଆସନ୍ତା ସୋମବାର ପର୍ଯ୍ୟନ୍ତ ଅନ୍ତରୀଣ ସୁରକ୍ଷା ପ୍ରଦାନ କରାଯାଇଛି । ଓଡ଼ିଶା ଇନଫ୍ରା ଟେକ ପ୍ରାଇଭେଟ ଲିମିଟେଡ ପକ୍ଷରୁ ମୂଳ ମାମଲା ହୋଇଥିବା ବେଳେ କମ୍ପାନୀର ପ୍ରମୋଟର ଭାବେ ଜଗି ପଣ୍ଡା ଓ ବୈଜୟନ୍ତ ପଣ୍ଡା ପକ୍ଷ ହେବା ପାଇଁ ଆବେଦନ କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.