ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ନିର୍ବାଚନ ସମୟରେ ମତଦାନ କେନ୍ଦ୍ରରେ ବିଶେଷ ବ୍ୟବସ୍ଥା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଆହ୍ୱାନ

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ସମ୍ଭାବ୍ୟ କାଳବୈଶାଖୀ ମଧ୍ୟରେ ସଫଳ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନେଇ ଉଚ୍ଚସ୍ତରୀୟ ବୈଠକ । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ମଧ୍ୟରେ ଓଡ଼ିଶାରେ ବିନା କୌଣସି ଜନଜୀବନ ହାନୀରେ ଉଚ୍ଚ ମତଦାନ ହାରକୁ ବଜାୟ ରଖିବା ସହ ତ୍ରୁଟିଶୂନ୍ୟ ନିର୍ବାଚନ ପ୍ରକ୍ରିୟାର ଆହ୍ୱାନ ବିଷୟରେ ଅବଗତ କରାଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ।

ଭୁବନେଶ୍ୱର (କେନ୍ୟୁଜ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ସମ୍ଭାବ୍ୟ କାଳବୈଶାଖୀ ମଧ୍ୟରେ ସଫଳ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନେଇ ଉଚ୍ଚସ୍ତରୀୟ ବୈଠକ । ଭୁବନେଶ୍ବର ସ୍ଥିତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ମଧ୍ୟରେ ଓଡ଼ିଶାରେ ବିନା କୌଣସି ଜନଜୀବନ ହାନୀରେ ଉଚ୍ଚ ମତଦାନ ହାରକୁ ବଜାୟ ରଖିବା ସହ ତ୍ରୁଟିଶୂନ୍ୟ ନିର୍ବାଚନ ପ୍ରକ୍ରିୟାର ଆହ୍ୱାନ ବିଷୟରେ ଅବଗତ କରାଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ।

ମତଦାନ ଦିନ ଓ ମତଗଣନା ଦିନ ଯେପରି ଭାବରେ ବିନା କୌଣସି ବାଧାବିଘ୍ନରେ ସମସ୍ତ କାର୍ଯ୍ୟ ସମାପନ ହେବ ସେଥିପାଇଁ ବିଭିନ୍ନ ବିଭାଗର ସମନ୍ୱୟ ଉପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଜୋର ଦେଇଛନ୍ତି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ମତଦାନ କେନ୍ଦ୍ରରେ ବିଶେଷ ବ୍ୟବସ୍ଥା କରାଯିବ । ପ୍ରତିଟି ମତଦାନ କେନ୍ଦ୍ରରେ ପର୍ଯ୍ୟାପ୍ତ ପରିମାଣର ପାନୀୟ ଜଳ, ମହିଳା ଓ ପୁରୁଷଙ୍କ ପାଇଁ ସ୍ୱତନ୍ତ୍ର ଶୌଚାଳୟ, ଧାଡ଼ି ବାନ୍ଧିବା ପାଇଁ ଛାଇ, ଚୌକି ଓ ପ୍ରତୀକ୍ଷା କକ୍ଷର ବ୍ୟବସ୍ଥା ରହିବ । ଏହି ସବୁ ସ୍ଥାନରେ ଅବ୍ୟାହତ ବିଜୁଳି ଓ ପଙ୍ଖା ରହିବା ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେମାନଙ୍କ ପାଖରେ ଅଂଶୁଘାତ ମୁକାବିଲା ପାଇଁ ଅତ୍ୟାବଶ୍ୟକ ଔଷଧପତ୍ର ରହିବ । ପ୍ରତିଟି ସେକ୍ଟର ଅଫିସରଙ୍କ ସହ ରହିବେ ଜଣେ ପାରା ମେଡିକାଲ କର୍ମୀ । ସୂଚନା -ଶିକ୍ଷା-ପ୍ରଚାର ମାଧ୍ୟମରେ ଅଂଶୁଘାତ ସତର୍କତା ବାର୍ତ୍ତା ଜନସାଧାରଣଙ୍କ ପାଖକୁ ପହଞ୍ଚାଇ ଦିଆଯିବ । ଏହି କ୍ରମରେ ନିବାର୍ଚନ ପ୍ରକ୍ରିୟାରେ ସାମିଲ ହେଉଥିବା ସମସ୍ତ ଅଧିକାରୀଙ୍କ ପାଇଁ ଉଚିତ ବ୍ୟବସ୍ଥା କରାଯିବା ବିଷୟରେ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି ।

ନିର୍ବାଚନ ପ୍ରକ୍ରିୟାରେ ସାମିଲ ହେଉଥିବା ସମସ୍ତ ଅଧିକାରୀଙ୍କ ପାଇଁ ଉଚିତ ବ୍ୟବସ୍ଥା କରାଯିବା ବିଷୟରେ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଭିତରେ ମଧ୍ୟ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ସମସ୍ତ ଅଧିକାରୀ ଓ ସୁରକ୍ଷା କର୍ମଚାରୀମାନେ ନିଜ ନିଜର ଦାୟିତ୍ୱ ସଂପାଦନ କରିବାକୁ ଯାଉଛନ୍ତି । ତେଣୁ ସେମାନଙ୍କ ସୁରକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି । ସେମାନଙ୍କ ରହିବା, ଗମନାଗମନ ସୁବିଧା ଓ ଖାଦ୍ୟ ବ୍ୟବସ୍ଥା ବିଷୟରେ ଆଲୋଚନା ହୋଇଛି । ସେମାନେ ଯେପରି ନିର୍ବାଚନ କାର୍ଯ୍ୟ କରିବା ସମୟରେ ଅଂଶୁଘାତର ଶିକାର ନ ହୁଅନ୍ତି, ସେଥିପ୍ରତି ଯନିବାନ ହେବାକୁ ପଡ଼ିବ ବୋଲି ନିର୍ବାଚନ ଅଧିକାରୀ ମତପ୍ରକାଶ କରିଛନ୍ତି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.