କାଲିଠୁ ବଢିବ ତାପମାତ୍ରା: ପାଣିପାଗ ବିଭାଗ ପକ୍ଷରୁ ୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): କାଲିଠୁ ବଢିବ ପାରଦ । ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଅନୁଭୂତ ହେବ ଅସହ୍ୟ ଗ୍ରୀଷ୍ମଲହରୀ । ୨ ରୁ ୩ ଡିଗ୍ରୀ ଯାଏ ବଢିବ ତାପମାତ୍ରା । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ଦୁଇ ଦିନ ୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, ବରଗଡ, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ବଲାଙ୍ଗିର ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୩୧ ତାରିଖରୁ ୨ ତାରିଖ ଯାଏଁ ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ସମ୍ବଲପୁର, ବରଗଡ, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର, ଅନୁଗୁଳ ଏବଂ କଳାହାଣ୍ଡି ପାଇଁ ଓ୍ଵାର୍ଣ୍ଣିଂ ଜାରି ହୋଇଛି ।

TEMPERETURE

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.