Below header

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପୁଣି ଦାନା ବାନ୍ଧୁଛି ରାଜନୀତି

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପୁଣି ଦାନା ବାନ୍ଧୁଛି ରାଜନୀତି । ଆଜି ସଚ୍ଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲା ସମ୍ବଲପୁର ବାର ଆସୋସିଏସନ୍। ସମ୍ବଲପୁର ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ ଓ ବିଧାୟକ ରୋହିତ ପୂଜାରୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଆଲୋଚନା କରିଛନ୍ତି। ତେବେ ବଲାଙ୍ଗିରରେ ସ୍ଥାୟୀ ବେଞ୍ଚ ସ୍ଥାପନ ପାଇଁ ଦାବି ହେଉଛି । ତେବେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ରାଜନୀତି ରାଜନୀତି ଯୋର ଧରିଛି । ଏ ପ୍ରସଙ୍ଗରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଆନ୍ତରିକତାର ଅଭାବ ରହିଛି ବୋଲି କଂଗ୍ରେସ ଅଭିଯୋଗ କରିଛି । ବିଜେଡି କହିଛି, ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଦଳ ପ୍ରତିଶ୍ରୁତିବଦ୍ଧ । ସେପଟେ ଏନେଇ କେନ୍ଦ୍ର ସରକାରଙ୍କୁ ରାଜ୍ୟ ସରକାର ପୂର୍ଣ୍ଣାଙ୍ଗ ପ୍ରସ୍ତାବ ଦିଅନ୍ତୁ ବୋଲି ବିଜେପି କହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.