ଖୋଲିଲା ହୀରାକୁଦ ଡ୍ୟାମ ଗେଟ୍, ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର: ଆଜି ଖୋଲିଲା ହୀରାକୁଦ ଡ୍ୟାମ୍ ଗେଟ୍। ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ। ଦିନ ୧୦ଟା ପରେ ପୂଜାର୍ଚ୍ଚନା ପରେ ଡ୍ୟାମର ୭ନଂ ଗେଟକୁ ଖୋଲାଯାଇ ଜଳ ନିଷ୍କାସନ କରାଯାଇଛି । ଏହା ପୂର୍ବରୁ ଡ୍ୟାମ କର୍ତ୍ତୃପକ୍ଷ ମାଇକ ଯୋଗେ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ କରିଦିଆଯାଇଥିଲା।

ତେବେ ଚଳିତ ବର୍ଷ ଖରା ଦିନେ ଜଳସ୍ତର ସ୍ବାଭାବିକଠାରୁ ଅଧିକ ରହିବ। ଠିକ୍‌ ସମୟରେ ମୌସୁମି ଆସିବା ଓ ନିୟମିତ ବର୍ଷା ହେବା କାରଣରୁ ହୀରାକୁଦର ଗେଟ୍ ଶୀଘ୍ର ଖୋଲିଛି। ଆସନ୍ତା ୨୫ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯିବ ବୋଲି ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ ପୂର୍ବରୁ ଘୋଷଣା କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.