ଆଜି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ରାଜଧାନୀରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସହ ୨୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

ଭୁବନେଶ୍ୱର(କେନ୍ୟୁଜ୍): ଆଜି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । କେନ୍ଦ୍ର ଗୃହମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ଭୁବନେଶ୍ୱର ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ। ଗୃହମନ୍ତ୍ରୀଙ୍କ ଗସ୍ତ ଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସହ ୨୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ । ଶାହଙ୍କ କାରକେଡରେ ରହିବ ୩୦ଟି ଗାଡ଼ି । ଏଥିରେ ଅଗ୍ନିଶମ ବିଭାଗ ଓ ଆମ୍ବୁଲାନ୍ସ ଓ ଜାମର ରହିବ ।

ଆଜି ବିମାନବନ୍ଦରରୁ ମେ ଫେୟାର ଓ ମେ ଫେୟାରରୁ ଲିଙ୍ଗରାଜ ମନ୍ଦିର ଯାଏଁ କାରକେଡ଼ ରିହରସଲ କରିଛି କମିଶନରେଟ ପୁଲିସ । ସୁରକ୍ଷା ଦୃଷ୍ଟିରୁ ଏୟାରପୋର୍ଟ ସମ୍ମୁଖରେ ହୋଇଛି ବାରିକେଡ ରିୟଲସଲ । ରାତି ୧୦ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଆସନ୍ତାକାଲି ସକାଳେ ଲିଙ୍ଗରାଜ ମନ୍ଦିରରରେ ଦର୍ଶନ କରିବେ ।

ପରେ କଟକ ଗସ୍ତ କରି ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ନେତାଜୀଙ୍କ ଜନ୍ମସ୍ଥାନ ପରିଦର୍ଶନ କରି ସୁବାଷ ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ପୂର୍ବାହ୍ନରେ ଦୈନିକ ଖବର କାଗଜ ପ୍ରଜାତନ୍ତ୍ରର ୭୫ତମ ସ୍ୱନକ୍ଷତ୍ର ଦିବସରେ ଯୋଗ ଦେବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.