Below header

ଦିନରେ ତାତି, ରାତିରେ ଥଣ୍ଡା: ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି ରାତି ତାପମାତ୍ରା

ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ସୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ରାତି ତାପମାତ୍ରା କମିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ହ୍ରାସ ପାଇଛି ।

ଭୁବନେଶ୍ୱର (କେନ୍ୟୁଜ): ଦିନରେ ତାତି, ରାତିରେ ଥଣ୍ଡା । ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି ରାତି ତାପମାତ୍ରା । ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ସୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ରାତି ତାପମାତ୍ରା କମିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ହ୍ରାସ ପାଇଛି ।

୧୪ ତାରିଖ ବେଳକୁ ଫୁଲବାଣୀ, କୋରାପୁଟ ଭଳି ସହରରେ ରାତି ତାପମାତ୍ରା ୯ ଡିଗ୍ରୀ ଓ ରାଜ୍ୟର ଅର୍ଦ୍ଧାଧିକ ସହରର ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବର୍ତ୍ତମାନ ଓଡ଼ିଶା ଉପରେ କୌଣସି ପାଣିପାଗ ନିୟାମକ ନଥିବା ବେଳେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ଶୀତ ସହ ବିଭିନ୍ନ ସ୍ଥାନରେ କୁହୁଡି ମଧ୍ୟ ଦୃଶ୍ୟମାନ ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.