ବିଧାନସଭାରେ ଉଠିଲା ଲୋୟର ପିଏମ୍‌ଜି ଖଣ୍ଡଯୁଦ୍ଧ ପ୍ରସଙ୍ଗ: ଚାଲି ପାରିଲାନି ପ୍ରଶ୍ନକାଳ, ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଆଜି ଗୃହକାର୍ଯ୍ୟ ଆରମ୍ଭରୁ ମଧ୍ୟଭାଗରେ ହଟ୍ଟଗୋଳ କରିଥିଲେ ବିଜେପି ବିଧାୟକ । ହୋହଲ୍ଲା ଲାଗି ରହିବାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ କରିଛନ୍ତି ବାଚସ୍ପତି

ଭୁବନେଶ୍ୱର (କେନ୍ୟୁଜ): ବିଧାନସଭାରେ ଉଠିଲା ଲୋୟର ପିଏମ୍‌ଜିରେ ଖଣ୍ଡଯୁଦ୍ଧ ପ୍ରସଙ୍ଗ । ଚାଲି ପାରିଲାନି ପ୍ରଶ୍ନକାଳ । ଆଜି ଗୃହକାର୍ଯ୍ୟ ଆରମ୍ଭରୁ ମଧ୍ୟଭାଗରେ ହଟ୍ଟଗୋଳ କରିଥିଲେ ବିଜେପି ବିଧାୟକ । ବିଜେପି କର୍ମୀଙ୍କ ପ୍ରତି ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ସେମାନେ ବାଚସ୍ପତିଙ୍କ ପୋଡିୟମ ପାଖକୁ ଆସି ନାରାବାଜି କରିଥିଲେ । ହୋହଲ୍ଲା ଲାଗି ରହିବାରୁ ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବି ଘୋଷଣା କରିଥିଲେ ବାଚସ୍ପତି । ପରେ ଗୃହ କାର୍ଯ୍ୟ ଆରମ୍ଭ ହେବାରୁ ସମାନ ପରିସ୍ଥିତି ସୃଷ୍ଟି ହୋଇଥିଲା । ଫଳରେ ପୁଣି ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.