ରାଜ୍ୟ

ଗଣଶିକ୍ଷା ବିଭାଗ ସ୍କାନରରେ ଶତାଧିକ ନକଲି ଶିକ୍ଷକ, ଯୋଗ୍ୟତା ପ୍ରମାଣପତ୍ର କଡାକଡି ଯାଞ୍ଚ କରିବାକୁ ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର (କେନ୍ୟୁଜ): ଗଣଶିକ୍ଷା ବିଭାଗ ସ୍କାନରରେ ଶତାଧିକ ନକଲି ଶିକ୍ଷକ । ରାଜ୍ୟରେ ନକଲି ଶିକ୍ଷକ ପ୍ରସଙ୍ଗ ଥମିବାର ନାଁ ନେଉନି । ଗଣଶିକ୍ଷା ବିଭାଗର ସ୍କାନରରେ ଆଉ ଶତାଧିକ ଶିକ୍ଷକ ଥିବା ବେଳେ ସଂପୃକ୍ତ ଶିକ୍ଷକଙ୍କ ଯୋଗ୍ୟତା ପ୍ରମାଣପତ୍ର କଡାକଡି ଯାଞ୍ଚ କରିବାକୁ ୩୦ଟି ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ତଥା ରାଜ୍ୟ ବାହାରୁ ଡିଗୀ ହାସଲ କରିଥିବା ସମସ୍ତ ଶିକ୍ଷକଙ୍କ ଯୋଗ୍ୟତା ପ୍ରମାଣପତ୍ର ଠିକ୍ କି ନୁହେଁ ତାହାକୁ ଭଲ ଭାବେ ଯାଞ୍ଚ କରିବାକୁ ବିଭାଗ କହିଛି ।

ରାଜ୍ୟରେ ଏବେ ମାଳ ମାଳ ନକଲି ଶିକ୍ଷକ ଧରାପଡୁଛନ୍ତି । କିଏ ନକଲି ଜାତିଗତ ପ୍ରମାଣପତ୍ର ଦେଇ ଚାକିରୀ ହାତେଇଛି ତ ଆଉ କିଏ ବିଏଡ, ଓଟିଇଟି, ମାଟ୍ରିକ୍ ଓ ଯୁକ୍ତ ୨ ସାର୍ଟିଫିକେଟର ଜାଲିଆତି କରି ଦୀର୍ଘବର୍ଷ ହେବ ସରକାରୀ ଚାକିରୀ କରିଛନ୍ତି । ଅନେକ ନକଲି ଶିକ୍ଷକ ମଧ୍ୟ ଚାକିରୀରୁ ଅବସର ନେଇ ସାରିଲେଣି ।

ବିଭାଗ ପକ୍ଷରୁ ୧୨୦ରୁ ଅଧିକ ଜଣ ଶିକ୍ଷକଙ୍କ ତାଲିକା ପ୍ରକାଶ କରାଯିବା ସହ ସେମାନଙ୍କ ମାର୍କସିଟ୍, ସାର୍ଟିଫିକେଟ ଓ ଅନ୍ୟାନ୍ୟ କାଗଜପତ୍ର ତନ୍ନ ତନ୍ନ କରି ଯାଞ୍ଚ କରିବା ଲାଗି ଜିଲ୍ଲା ଓ ବ୍ଲକ ଶିକ୍ଷା ଅଧିକାରୀଂକୁ ନିର୍ଦ୍ଦେଶ ଦିଆଯାଇଛି । ଏପରିକି ସେମାନଂକ ନାଁରେ ଥାନାରେ ମାମଲା ଦାୟର କରିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି । ଫଳରେ ନକଲି ଶିକ୍ଷକଙ୍କ ମନରେ ଛନକା ପଶିଛି ।

Sonalisa

Recent Posts

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

2 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

31 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

50 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

58 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago