ଗଜପତି: ନିଜ ବନ୍ଧୁକର ଗୁଳି ଫୁଟି ଶିକାରୀଙ୍କ ମୃତ୍ୟୁ

ଗଜପତି: ଶିକାର କରିବାକୁ ଯାଇ ନିଜେ ଶିକାର । ନିଜ ବନ୍ଧୁକର ଗୁଳି ଫୁଟି ଶିକାରୀଙ୍କ ମୃତ୍ୟୁ । ଗଜପତି ଜିଲ୍ଲା ମୋହନା ଥାନା କୁଙ୍କୁଣୀ ପଦାସାହି ନିକଟରେ ଘଟଣା ଘଟିଛି । ମୃତକ ହେଲେ ରାୟଗଡ ଥାନା ସିନ୍ଧିବା ଗାଁର ହରିଶ୍ଚନ୍ଦ୍ର ଭୂୟାଁ । ଗତକାଲି ସନ୍ଧ୍ୟାରେ ଶିକାର କରିବାକୁ ଜଙ୍ଗଲକୁ ଯାଇଥିଲେ । ଶିକାର କରିବା ସମୟରେ ନିଜ ବନ୍ଧୁକରୁ ଗୁଳି ଫୁଟି ତାଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିଣୋଇ ଓ ଗାଁର ଅନ୍ୟ ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

 

ଆହୁରି ପଢ଼ନ୍ତୁ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଏକା ସହ ଚାଲିଗଲା ସ୍ୱାମୀ ସ୍ତ୍ରୀଙ୍କ ଜୀବନ