କରଞ୍ଜିଆ(କେନ୍ୟୁଜ୍): ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ସିଆଳିନଇଁ ବସ୍ତିରେ ଘଟିଛି ଏକ ଅଭାବନୀୟ ଘଟଣା ।କିଛି ଦିନ ପୂର୍ବରୁ ସିଆଳିନଇଁ ଠାରେ ବନବିଭାଗ ଦ୍ୱାରା ବିସ୍ଥାପିତ ହଇ ଆସିଥିବା କିଛି ଖଡ଼ିଆ ପରିବାର ଏଠାରେ ରହୁଛନ୍ତି। ହେଲେ ଆଜି ଏଠାରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ।
ଆଜି ଦିନ ଦ୍ବିପ୍ରହରରେ କୌଣସି କାରଣ ଯୋଗୁଁ ସ୍ୱାମୀ ସ୍ତ୍ରୀ ଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା । ଏଥିରେ ସ୍ୱାମୀ ଶ୍ୟାମ ସୁନ୍ଦର ଦେହୁରୀ ଉତକ୍ଷିପ୍ତ ହୋଇ ନିଜର ସ୍ତ୍ରୀ ସୁଟକି ଦେହୁରୀକୁ ଏକ ଧାରୁଆ ଅସ୍ତ୍ର କିମ୍ବା ପଥରରେ ମୁଣ୍ଡକୁ ଶକ୍ତ ଆଘାତ ଦେଇଥିଲା । ଯାହା ଫଳରେ ମୁଣ୍ଡ ଏବଂ ବେକରେ ଆଘାତ ଲାଗି ସ୍ତ୍ରୀ ସୁଟକି ଦେହରୀର ଘଟଣା ସ୍ଥଳରେ ହିଁ ମୃତ୍ୟୁ ହଇଥିଲା ।ଖବର ପାଇ କରଞ୍ଜିଆ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ଯାଞ୍ଚ କରିବା ସହିତ ସ୍ୱାମୀ ଶ୍ୟାମସୁନ୍ଦର ଦେହୁରୀକୁ ଅଟକ ରଖି ହତ୍ୟାର କାରଣ ଖୋଜୁଛି।
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…