ସ୍ୱାମୀ ପାଲଟିଲା ପିଶାଚ: ସ୍ତ୍ରୀକୁ ହତ୍ୟା କରି ଥାନାରେ କଲା ଆତ୍ମ ସମର୍ପଣ

ଟାଙ୍ଗୀ(କେନ୍ୟୁଜ୍‌) : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ୍‌ ଅଧୀନ ନରେନ୍ଦ୍ରପୁର ଗ୍ରାମରେ ରବିବାର ପାରିବାରିକ କଳହରୁ ଘଟିଯାଇଛି ଏକ ଅଭାବନୀୟ ଘଟଣା । ଜଣେ ସ୍ୱାମୀ ତା’ର ସ୍ତ୍ରୀକୁ ହତ୍ୟା କରି କରିଛି ଥାନାରେ ଆତ୍ମ ସମର୍ପଣ ।

ସୂଚନା ଅନୁସାରେ, ନରେନ୍ଦ୍ରପୁର ଗ୍ରାମର ଚିତ୍ତରଞ୍ଜନ ପ୍ରଧାନଙ୍କ ପୁଅ ବୁଲା ପ୍ରଧାନଙ୍କୁ ୮ ବର୍ଷ ତଳେ ପ୍ରେମ ବିବାହ କରିଥିଲେ ରୋଜାଲିନ୍ ପ୍ରଧାନଙ୍କୁ (୨୭) । ରୋଜାଲିନ୍ ଦୁଇ ସନ୍ତାନ ର ଜନନୀ । ରୋଜାଲିନ୍ଙ୍କ ବାପ ଘର ବାଣପୁର ଥାନା ଅଧୀନସ୍ଥ ଭୀମପୁର ବାଘୁଆପଦର। ପୂର୍ବରୁ ରୋଜାଲିନ୍ ତାଙ୍କ ସ୍ୱାମୀଙ୍କ ସହ ହାଇଦ୍ରାବାଦରେ ରହି ଆସୁଥିଲେ। କିନ୍ତୁ କରୋନା ମହାମାରୀ ଯୋଗୁଁ ନିଜ ଗ୍ରାମକୁ ଫେରିଥିଲେ।

ଘରକୁ ଫେରିବା ଦିନଠାରୁ ବୁଲା ପ୍ରଧାନ ତାଙ୍କ ପତ୍ନୀଙ୍କୁ ଉଭୟ ଶାରୀରିକ ଏବଂ ମାନସିକ ନିର୍ଯ୍ୟାତନା ଦେବା ସହ ତାଙ୍କୁ ଜୀବନରୁ ମାରିଦେବା ପାଇଁ ଧମକ ଦେଉଥିଲେ ବୋଲି ଅଭିଯୋଗ କରିଛନ୍ତି ରୋଜାଲିନଙ୍କ ସମ୍ପର୍କୀୟ ପିଉସୀ ଶାନ୍ତିଲତା ଦଳେଇ ।

ଏହି ଘଟଣାକୁ ନେଇ ରୋଜାଲିନ ପୂର୍ବରୁ ବହୁଥର ନିଜ ପରିବାର ଲୋକଙ୍କୁ ଏବଂ ବାଣପୁର ଥାନାରେ ଅଭିଯୋଗ କରିଆସୁଥିଲା। ପୁନଶ୍ଚ ଗତକାଲି ଉଭୟେ ବାଣପୁର ଥାନାଧିକାରୀଙ୍କୁ ଲିଖିତ ଆକାରରେ ମିଳିମିଶି ଚଳିବା ପାଇଁ ସହମତି ପ୍ରକାଶ କରି ସନ୍ଧ୍ୟାରେ ଦୁଇଜଣ ନିଜ ଘରକୁ ଫେରିଥିଲେ ।

ଗତକାଲି ରାତିରେ ସ୍ୱାମୀ ବୁଲା ପ୍ରଧାନ ତାଙ୍କ ସ୍ତ୍ରୀ ରୋଜାଲିନ ପ୍ରଧାନଙ୍କୁ ଗାମୁଛାରେ ତଣ୍ଟିକୁ ଚିପି ମାରିଦେବା ପରେ ଆଜି ସକାଳେ ବାଣପୁର ଥାନାରେ ଆତ୍ମସମର୍ପଣ କରଛି । ଏ ନେଇ ରୋଜଳିନର ପିତା ବିର ଲେଙ୍କା ଲିଖିତ ଅଭିଯୋଗ କରିଛନ୍ତି ।

ଅଭିଯୋଗକୁ ଭିତ୍ତିକରି ଘଟଣାସ୍ଥଳରେ ଖୋର୍ଦ୍ଧା ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ମାୟାଧର ସେଠି, ବାଣପୁର ଆଇ.ଆଇ.ସି ସଞ୍ଜୟ ପଟ୍ଟନାୟକ ଓ ତାଙ୍କ ଟିମ୍ ସଦଳବଳେ ଗ୍ରାମରେ ପହଁଚି ଶବ ଜବତ କରିବା ସହ ପ୍ରାଥମିକ ତଦନ୍ତ ଆରମ୍ଭ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.