ରାଜ୍ୟ

ସ୍ତ୍ରୀ ମୃତଦେହ ଧରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଲେ ବୃଦ୍ଧ ସ୍ୱାମୀ: ପୁଅ ନାରେ କଲେ ଅଭିଯୋଗ

କେନ୍ଦ୍ରାପଡା (କେନ୍ୟୁଜ): ସ୍ତ୍ରୀ ମୃତଦେହ ଧରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଲେ ବୃଦ୍ଧ ସ୍ୱାମୀ । ପୁଅ ମାଡରୁ ରକ୍ଷା କରିବାକୁ କରିଛନ୍ତି ନିବେଦନ । କେନ୍ଦ୍ରାପଡା ଜିଲ୍ଲା ନଳଦିଆ ଗାଁର ଘଟଣା । ଚିକିତ୍ସିତ ଅବସ୍ଥାରେ ମେଡିକାଲରେ ମୃତ୍ୟୁ ହେବା ପରେ ଗାଁକୁ ମୃତଦେହ ନେବା ପରିବର୍ତ୍ତେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଯାଇଛନ୍ତି ବୃଦ୍ଧ ସ୍ୱାମୀ ବାବାଜୀ ମହାନ୍ତି ।

ତାଙ୍କୁ ଓ ତାଙ୍କ ସ୍ତ୍ରୀଙ୍କ ମୃତଦେହକୁ ସୁରକ୍ଷା ଯୋଗାଇ ଦେବାକୁ ନିବଦେନ କରିଛନ୍ତି । ଗତ ୪ ଦିନ ତଳେ ପୁଅ ଅମର ମହାନ୍ତି କୌଣସି କାରଣରୁ ମାଆକୁ ମାଡ ମାରିଥିବା ନେଇ ସେ ଅଭିଯୋଗ କରିଛନ୍ତି। ଗୁରୁତର ଅବସ୍ଥାରେ ମାଆ ଆରତୀ ମହାନ୍ତିଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ  ଏବେ ମୃତଦେହ ନେଇ ଗାଁକୁ ଗଲେ ପୁଅ ପୁଣି ମାରପିଟ୍‌ କରିବାର ଆଶଙ୍କା କରି ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ବାବାଜୀ । ଘଟଣା ସମ୍ପର୍କରେ କୌଣସି ପ୍ରଶାସନିକ ଅଧିକାରୀଙ୍କ ପ୍ରତିକ୍ରିୟା ମିଳି ପାରିନି । ଅନ୍ଯପଟେ ବାବାଜୀଙ୍କ ଅଭିଯୋଗକୁ ଖଣ୍ଡନ କରିଛନ୍ତି ଗାଁ ଲୋକେ। ଗାଁ ଲୋକଙ୍କ କହିବା ମୁତାବକ ତାଙ୍କ ପୁଅ ଏବେ କୋଲକତାରେ। ତେବେ ଗାଁରେ ଉପସ୍ଥିତ ନଥାଇ କେମିତି ନିଜ ମାକୁ ମାଡ ପାରିବ। ତେବେ ପୋଲିସ୍ ର ତଦନ୍ତ ପରେ ଯାଇ ସତ୍ଯାସତ୍ଯ ଜଣାପଡିବ।

Sonalisa

Recent Posts

ଆଜିଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ସ୍ବାଗତ ପାଇଁ ଜନ୍ମମାଟି ଭବ୍ୟ ପ୍ରସ୍ତୁତି

ଭୁବନେଶ୍ୱର (କେନ୍ୟୁଜ): ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ…

10 mins ago

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

24 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

35 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

43 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

59 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

1 hour ago