ଆଇଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

କେନ୍ୟୁଜ୍(ବ୍ୟୁରୋ): ଆଇଏଏସ୍ ସ୍ତରରେ ଅଦଳବଦଳ । ଅରବିନ୍ଦ ପାଢ଼ୀ ହେଲେ କୃଷି ସଚିବ । ସେ ମତ୍ସ୍ୟ ଓ ପଶୁ ସମ୍ପଦ ସଚିବ ଦାୟିତ୍ୱ ବି ତୁଲାଇବେ । ବିଷ୍ଣୁପଦ ସେଠୀଙ୍କୁ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଅଓ୍ଵସ୍ତି ଏସ୍. ହେଲେ ଗଣଶିକ୍ଷା ସଚିବ । ସଞ୍ଜୟ କୁମାର ସିଂ ହେଲେ ଗ୍ରାମ୍ୟ ଉନ୍ନୟନ ସଚିବ ।
କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ଅରବିନ୍ଦ ପାଢ଼ୀ ଓ ଅଶ୍ବଥୀ ଏସ୍ଙ୍କୁ ରାଜ୍ୟ ସରକାର ବଡ଼ ଦାୟିତ୍ବ ଦେଇଛନ୍ତି। ଶ୍ରୀ ପାଢ଼ୀଙ୍କୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ସଚିବ ଭାବେ ନିଯୁକ୍ତି ମିଳିଛି। ଏଥିସହ ତାଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗରେ ଅତିରିକ୍ତ ଦାୟିତ୍ବ ମିଳିଛି। ସେହପରି ଅଶ୍ବଥୀ ଏସ୍ଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଭାବେ ନିଯୁକ୍ତି ଦିଆଯାଇଛି।
ସେହିପରି ବିଷ୍ଣୁପଦଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗରେ ଅତିରିକ୍ତ ଦାୟିତ୍ବ ମିଳିଛି। ସଂଜୟ କୁମାର ସିଂହଙ୍କୁ ଗ୍ରାମ୍ୟ ଉନ୍ନୟନ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ଏଥି ସହିତ ତାଙ୍କୁ ସୂଚନା ଓ ଲୋକସଂପର୍କ ବିଭାଗ ସଚିବ ଓ ବିଡିଏ ଉପାଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି।