ବିଶାଲ ଦେବଙ୍କୁ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ଓ ଶାସନ ସଚିବ ଦାୟିତ୍ୱ

ଭୁବନେଶ୍ବର: ବିଶାଲ ଦେବଙ୍କୁ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ଓ ଶାସନ ସଚିବ ଦାୟିତ୍ୱ । ସେ ଅତିରିକ୍ତ ଭାବେ ଏହି ଦାୟିତ୍ୱ ତୁଲାଇବେ । ବର୍ତ୍ତମାନ ସେ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗର ଶାସନ ସଚିବ ଭାବେ କାମ କରୁଛନ୍ତି । ଆସନ୍ତା ୪ ତାରିଖରେ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀଙ୍କ ଡେପୁଟେସନ୍‌ ଅବଧି ଶେଷ ହେଉଛି । ୨୦୧୫ ଅଗଷ୍ଟ ୫ରେ ଡେପୁଟେସନ୍‌ରେ ଆସି ରାଜ୍ୟ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ନିଯୁକ୍ତି ପାଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.