Categories: ରାଜ୍ୟ

କଟକ: ଦୀପାବଳି ପୂର୍ବରୁ ବେଆଇନ୍‌ ବାଣ କାରଖାନା ଉପରେ ପୋଲିସର ଚଢ଼ାଉ, ୫ ଟ୍ରକରୁ ଅଧିକ ବିସ୍ଫୋରକ ସାମଗ୍ରୀ ଜବତ

କଟକ(କେନ୍ୟୁଜ୍): ଦୀପାବଳି ପୂର୍ବରୁ ବେଆଇନ୍‌ ବାଣ କାରଖାନାରେ କମିସନରେଟ୍‌ ପୋଲିସର ଚଢ଼ାଉ । କଟକ ଚୌଦ୍ୱାର ଥାନା ଅଞ୍ଚଳରେ ପୋଲିସ ଅତର୍କିତ ଚଢ଼ାଉ କରି ୫ ଟ୍ରକରୁ ଊର୍ଦ୍ଧ୍ୱ ଦେଶୀ ବାଣ, ବାରୁଦ, ବିସ୍ଫୋରକ ସାମଗ୍ରୀ ଜବତ କରିଛି । ଜବତ ସାମଗ୍ରୀର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କାରୁ ଅଧିକ ହେବ । ବେଆଇନ ବାଣ କାରଖାନା ଚାଲିଥିବା ଖବର ପାଇ ଭୋର୍‌ ୫ଟାରେ ତ୍ରିଲୋଚନପୁର, ମହାଜନପୁର ଗାଁରେ ଚଢାଉ କରିଥିଲା କମିଶନରେଟ୍‌ ପୋଲିସର ଏକ ସ୍ୱତନ୍ତ୍ର ଟିମ୍‌ । ଘଟଣାରେ ମୋଟ୍‌ ୧୨ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ସମସ୍ତ ଅଭିଯୁକ୍ତ ସ୍ଥାନୀୟ ଅଞ୍ଚଳର । ଆଗକୁ ଦୀପାବଳି, ତାପୂର୍ବରୁ ବେଆଇନ୍‌ ବାଣ ନିର୍ମାଣ କାରଖାନା ଓ ଗୋଦାମ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛି କଟକ ପୋଲିସ । ଆଗକୁ ମଧ୍ୟ ଏଭଳି ଚଢ଼ାଉ ଜାରି ରହିବ ବୋଲି କହିଛନ୍ତି କଟକ ଡିସିପି ।

KNews Bureau

Recent Posts

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

7 hours ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

8 hours ago

ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ, ଥାନାରେ ପୁତୁରା ଅଟକ

ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…

9 hours ago

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…

11 hours ago

ବସ୍ ସହ ପିକଅପ୍ ଭ୍ୟାନ ଧକ୍କା, ୧୯ ହୋମଗାର୍ଡ ଆହତ

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…

12 hours ago

ରାଜ୍ୟରେ ବଢୁଛି ତାପମାତ୍ରା, ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

12 hours ago