Categories: ରାଜ୍ୟ

କଟକ: ଦୀପାବଳି ପୂର୍ବରୁ ବେଆଇନ ବାଣ ଗୋଦାମରେ ଚଢ଼ାଉ, ୫ ଲକ୍ଷରୁ ଅଧିକ ଟଙ୍କାର ବାଣ ଜବତ

କଟକ(କେନ୍ୟୁଜ୍):    ଦୀପାବଳି ପୂର୍ବରୁ ବେଆଇନ ବାଣ ଗୋଦାମରେ ଚଢ଼ାଉ । କଟକ ଜଗତପୁର ଥାନାର ହାତୀକଣା, ତ୍ରିଲୋଚନପୁର ଓ ଇସଲାମପୁରରେ ଚଢାଉ କରିଛି ପୋଲିସ । ୫ ଲକ୍ଷରୁ ଅଧିକ ଟଙ୍କାର ବାଣ ଜବତ କରାଯାଇଛି । ସେହିପରି ବାଣ ତିଆରିରେ ବ୍ୟବହୃତ ୯କେଜି ଗନ ପାଉଡର, ୪ କୋଜି ପଟାସ, ବାରୁଦ, ଲୁହାଗୁଣ୍ଡ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି । ଏହି ଘଟଣାରେ ପୋଲିସ ତିନି ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ଲକ୍ଷ୍ମୀଧର ରାଉତ, ଦୀପକ ରାଉତ, କୈଳାସ ସାମଲ । ସେହିପରି ବାଣ କାରବାରରେ ବ୍ୟବହୃତ ଏକ ପିକଅପ ଭ୍ୟାନକୁ ଜବତ ସହ ଡ୍ରାଇଭରକୁ ପୋଲିସ ଅଟକ ରଖିଥିବା ଡିସିପି ଅଖିଳେଶ୍ୱର ସିଂ କହିଛନ୍ତି। ବେଆଇନ ବାଣ କାରବାର ନେଇ ସୂଚନା ମିଳିବା ପରେ ପୋଲିସ ଚଢ଼ାଉ କରିଥିଲା । ଏନେଇ ୪ଟି ମାମଲା ରୁଜୁ ହୋଇଛି । କିଛି ଦିନ ତଳେ ଜଗତପୁର ଥାନାର ତ୍ରିଲୋଚନପୁର ଓ ମହାଜନପୁର ଗାଁରେ ପୋଲିସ ଚଢ଼ାଉ କରି ୫୦ ଲକ୍ଷ ଟଙ୍କାରୁ ଅଧିକ ଟଙ୍କାର ବାଣ, ବିସ୍ଫୋରକ, ଲୁହାଗୁଣ୍ଡା, ବାରୁଦ ଆଦି ଜବତ ହୋଇଥିଲା । ଏହି ଘଟଣାରେ ୧୨ଜଣଙ୍କୁ ଅଟକ ରଖାଯାଇଥିଲା ।

KNews Bureau

Recent Posts

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

8 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

8 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

26 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

26 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

30 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

53 mins ago