ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ ! ୨୪ ଓ ୨୫ରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ୨୨ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ଏହା ପ୍ରାଥମିକ ଭାବେ ଉତ୍ତରପୂର୍ବ ଦିଗରେ ଗତି କରିବ । ଅଧିକ ଘନୀଭୂତ ହେବ । ୨୪ ତାରିଖ ସକାଳେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପ ନେବାର ସମ୍ଭାବନା ରହିଛି । ୨୪ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଜଗତସିଂହପୁର ଓ କେନ୍ଦ୍ରାପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ରହିଛି।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ୨୨ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ଏହା ପ୍ରାଥମିକ ଭାବେ ଉତ୍ତରପୂର୍ବ ଦିଗରେ ଗତି କରିବ । ଅଧିକ ଘନୀଭୂତ ହେବ । ୨୪ ତାରିଖ ସକାଳେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପ ନେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ପ୍ରଭାବରେ ୨୪ ଓ ୨୫ ତାରିଖରେ ଉତ୍ତର ଓଡ଼ିଶା ରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୪ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଜଗତସିଂହପୁର ଓ କେନ୍ଦ୍ରାପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ରହିଛି। ଏଠାରେ ୭ରୁ ୨୦ ସେମି ପର୍ଯ୍ଯନ୍ତ ବର୍ଷା ହୋଇପାରେ।

ସେହିପରି ୭ରୁ ୧୧ ସେମି ପ୍ରବଳ ବର୍ଷା ପାଇଁ ୬ଟି ଜିଲ୍ଲା ବାଲେଶ୍ବର,ଭଦ୍ରକ, ଯାଜପୁର, କଟକ, ମୟୂରଭଞ୍ଜ ଓ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୫ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି ରହିଛି। ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲା ଜଗତସିଂହପୁର, କଟକ, ଯାଜପୁର ଓ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ବାତ୍ୟା ନେଇ କୌଣସି ଆକଳନ କରାଯାଇନାହିଁ । ୨୩ ତାରିଖ ସକାଳୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ୨୩ରେ କେନ୍ଦ୍ରୀୟ ବଙ୍ଗୋପସାଗର ଓ ୨୪ରେ ଉତ୍ତର ବଙ୍ଗୋପସାଗର ଅଶାନ୍ତ ରହିବ । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି । ଅନ୍ୟପଟେ ରାଜ୍ୟରେ ବର୍ତ୍ତମାନ ତାତି ସହ ଗୁଳୁଗୁଳି ଜାରି ରହିଛି। ଆସନ୍ତା ୩ ଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ଯାଏଁ ବଢ଼ିବା ସମ୍ଭାବନା ରହିଛି।

Leave A Reply

Your email address will not be published.