ରାଜ୍ୟରେ ମୌସୁମୀ ପ୍ରଭାବ, ୨୬ ତାରିଖରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା । ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି । ଆସନ୍ତା ୪ଦିନ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆସନ୍ତାକାଲି ମଧ୍ୟ ଅଧିକାଂଶ ସ୍ଥାନରେ ଏଭଳି ବର୍ଷା ଲାଗି ରହିବ । ୨୬ ତାରିଖରୁ ବଢିବ ବର୍ଷାର ପରିମାଣ । ୨୬ ତାରିଖରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୨୭ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୩ ଜିଲ୍ଲା ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ ଏବଂ ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଚେତାବନୀ ଜାରି କରାଯାଇଛି। ଆଷାଢରେ ମୌସୁମୀ ଓଡିଶାରେ ପ୍ରବେଶ କରିଥିଲେ ମଧ୍ୟ ନିଅଣ୍ଟିଆ ବର୍ଷା ଚିନ୍ତା ବଢାଇଛି। ରାଜ୍ୟରେ ଏଯାଏ ୯୧.୮ ମିମି ବର୍ଷା ରେକର୍ଡ ହୋଇଛି। ଯାହା ସ୍ବାଭାବିକ ବୃଷ୍ଟିପାତ ଠାରୁ ୪୧ ପ୍ରତିଶତ କମ।

You might also like