ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ୱର : ଦକ୍ଷିଣ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଝାରସୁଗୁଡ଼ା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରି ଓ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ଆସନ୍ତାକାଲି ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.