ରାଜ୍ୟରେ ବଦଳିଲା ପାଗ, ଆରମ୍ଭ ହେଲା ବର୍ଷା

ରାଜ୍ୟରେ ବଦଳିଲା ପାଗ । ଆରମ୍ଭ ହେଲା ବର୍ଷା । ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ଝିପିଝିପି ବର୍ଷା ଚାଲିଛି । ଆସୁଛି ବଡ଼ ବର୍ଷା । ଲଘୁଚାପ ପ୍ରଭାବରେ ବର୍ଷା ପରିମାଣ ବଢ଼ିବ । ଆସନ୍ତାକାଲିଠୁ କିଛି ସ୍ଥାନରେ ପ୍ରବଳ ଓ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ରାଜ୍ୟରେ ବଦଳିଲା ପାଗ । ଆରମ୍ଭ ହେଲା ବର୍ଷା । ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ଝିପିଝିପି ବର୍ଷା ଚାଲିଛି । ଆସୁଛି ବଡ଼ ବର୍ଷା । ଲଘୁଚାପ ପ୍ରଭାବରେ ବର୍ଷା ପରିମାଣ ବଢ଼ିବ । ଆସନ୍ତାକାଲିଠୁ କିଛି ସ୍ଥାନରେ ପ୍ରବଳ ଓ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ଆସନ୍ତାକାଲି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ଅଧିକ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆଗାମୀ ୪ ଦିନ ଯାଏ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ହେବ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର ।

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ପାଇଁ ୧୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୧୮ ତାରିଖରେ ବର୍ଷା ପରିମାଣ ଅଧିକ ରହିବ । ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଓ ୧୬ ଜିଲ୍ଲାରେ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଓ ଆଉ କିଛି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏ ବର୍ଷିପାରେ । ପଛକୁ ପଛ ଲଘୁଚାପ ସୃଷ୍ଟି ନେଇ ପାଣିପାଗ ବିଭାଗ ଆକଳନ କରୁଛି ।

ଘନଘନ ଲଘୁଚାପ ସୃଷ୍ଟି ପାଇଁ ବଙ୍ଗୋପସାଗରରେ ଅନୁକୂଳ ହେଉଛି ସ୍ଥିତି । ୨୪ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ଥିବା କିଛି ପାଣିପାଗ ବିଜ୍ଞାନୀ ଆକଳନ କରିଛନ୍ତି । ସମ୍ଭାବ୍ୟ ଲଘୁଚାପ ବର୍ଷାରେ ରାଜ୍ୟରେ ନିଅଣ୍ଟିଆ ସ୍ଥିତିର ଭରଣା କରିପାରେ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ବର୍ଷା ତୁଳନାରେ ୨୮ ପ୍ରତିଶତ କମ୍‌ ବର୍ଷିଛି । ଦେବଗଡ଼ ଜିଲ୍ଲାରେ ସର୍ବାଧିକ ଓ କଳାହାଣ୍ଡି ଜିଲ୍ଲାରେ ସବୁଠୁ କମ୍‌ ବର୍ଷା ହୋଇଛି । ୧୬ ଜିଲ୍ଲାରେ ନିଅଣ୍ଟିଆ ଓ ବାକି ୧୨ ଜିଲ୍ଲାରେ ରେକର୍ଡ ହୋଇଛି ସ୍ୱାଭାବିକ ବର୍ଷା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.