ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷାର ସମ୍ଭାବନା, ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷାର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ୧୪ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ଭୁବନେଶ୍ୱର(କେନ୍ୟୁଜ୍‌): କାଳବୈଶାଖୀ ବର୍ଷା ଆଣିଛି ତାତିରୁ ଆଶ୍ବସ୍ତି । ଗତକାଲି ଠାରୁ ରାଜ୍ୟରେ ବିକ୍ଷିପ୍ତ ବର୍ଷା ପ୍ରଭାବରେ କମିଛି ତାପମାତ୍ରା । ରାଜ୍ୟର କିଛି ଅଞ୍ଚଳରେ ବଜ୍ରପାତ, କୁଆପଥର ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ତାତି କମାଇଛି । ଆଗାମୀ ୨ଦିନ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଓଡ଼ିଶା ଉପରେ ଏକ ଟ୍ରପ ଲାଇନର ପ୍ରଭାବ ରହିଛି । ଆଭ୍ଯନ୍ତରୀଣ ଓଡ଼ିଶାରୁ ଉତ୍ତର ତାମିଲନାଡୁ ପର୍ଯ୍ୟନ୍ତ ବ୍ୟାପୀଥିବା ଏହି ଟ୍ରପ ଲାଇନ ବର୍ତ୍ତମାନ ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ତାମିଲନାଡୁ ଉପରେ ଅବସ୍ଥିତ ରହିଛି ।

ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷାର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ୧୪ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୧୧ ତାରିଖ ଠାରୁ ପୁଣି ବଢିବ ତାତି।୨୪ ଘଣ୍ଟା ପରେ ରାଜ୍ୟରେ ତାପମାତ୍ରା ଧୀରେ ଧୀରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ । ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲୋକଙ୍କୁ ଆଶ୍ବସ୍ତି ଆଣି ଦେଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.