ଓଡିଶାରେ ଫେଙ୍ଗଲ ପ୍ରଭାବ: ହାଲୁକାର ମଧ୍ୟମ ଧରଣର ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଗତକାଲି ଠାରୁ ରାଜ୍ୟର କିଛି ଜିଲ୍ଲାରେ ଆକାଶ ମେଘାଚ୍ଛନ ରହିବା ସହ ସ୍ଥାନେ ସ୍ଥାନେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇଛି । ସେହିପରି ଆଜି ପାଇଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲା ଗୁଡିକ ହେଉଛି ବାଲେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା,, ଗଜପତି, କନ୍ଧମାଳ ,କୋରାପୁଟ, ମାଲକାନଗିରି, ଗଂଜାମ, ନୟାଗଡ଼, ରାୟଗଡ଼ାକୁ ୱାର୍ଣ୍ଣିଂ ଜାରି କରିଛି ବିଭାଗ ।

ସେପଟେ ଆଜି ଅପରାହ୍ନରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ଫେଙ୍ଗଲ’ । ତାମିଲନାଡୁ, ପୁଡୁଚେରୀ ମଧ୍ୟରେ ଉପକୂଳ ଅତିକ୍ରମ କରିବ ବାତ୍ୟା । ଲ୍ୟାଣ୍ଡଫଲ୍ ବେଳେ ଘଣ୍ଟା ପ୍ରତି ପବନର ବେଗ ୭୦ରୁ ୮୦ କିମି ରହିବ । ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳରେ ପ୍ରବଳ ବର୍ଷା ସହ ପବନ ବହିବା ଆରମ୍ଭ ହୋଇଛି ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ବାତ୍ୟାକୁ ନେଇ ଭିନ୍ନ ସ୍ଥାନରେ ରେଡ୍ ଆଲର୍ଟ ଜାରି କରାଯାଇଛି।

You might also like