ରାଜ୍ୟରେ ଆରମ୍ଭ ହେଲାଣି ଟାଣ ଖରା, ବଢୁଛି ଦିନ ସହ ରାତିର ତାପମାତ୍ରା

ଭୁବନେଶ୍ୱର : ମାଘରେ ଶୀତ ଗାଏବ । ବଢିଲା ଦିନ ସହ ରାତିର ତାପମାତ୍ରା । ରାଜ୍ୟରେ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ପାଇଛି ତାପମାତ୍ରା । ଆଗାମୀ ୪ ରୁ ୫ ଦିନ ଯାଏଁ ଦିନ ଏବଂ ରାତ୍ରି ତାପମାତ୍ରା ଅଧିକା ରହିବ । ଆଜି ରାଜ୍ୟର ଅଧିକାଂଶ ସହରରେ ତାପମାତ୍ରା ବଢିଛି । କିଛି ସ୍ଥାନରେ ଗରମ ଅନୁଭବ ହୋଇଛି । ଗତକାଲି ଦିନ ସାଢେ ୧ଟା ସୁଦ୍ଧା ୩୧ ଡିଗ୍ରୀ ଅତିକ୍ରମ କରିଥିଲା ରାଜଧାନୀ ଭୁବନେଶ୍ୱର ତାପମାତ୍ରା । ଆଗାମୀ ୫ ରୁ ୭ ଦିନ ଯାଏଁ ପାଗ ମୁଖ୍ୟତ ଶୁଖିଲା ରହିବ । ରାତି ତାପମାତ୍ରା କମିବ ନାହିଁ କି ଥଣ୍ଡା ଅନୁଭୂତ ହେବନାହିଁ ।
ଶେଷ କରି ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ବଢ଼ିବ ଦିନ ତାପମାତ୍ରା । ଉପକୂଳ ଓଡ଼ିଶାରେ ଅହେତୁକ ବଢିବ ରାତିର ତାପମାତ୍ରା। ମେଘମୁକ୍ତ ଆକାଶ ପାଇଁ ତାପମାତ୍ରା ବୃଦ୍ଧି ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତାପମାତ୍ରା ବୃଦ୍ଧି ସହ ରାଜ୍ୟର କିଛି ସ୍ଥାନରେ ଘନ କୁହୁଡି କରିବ ଅସ୍ତବ୍ୟସ୍ତ । ୨୪ ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡି ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେ ଗୁଡ଼ିକ ହେଲା କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଅନୁଗୋଳ, ଢେଙ୍କାନାଳ, କଟକ ଏବଂ କେନ୍ଦୁଝର । ସେହିପରି ଆସନ୍ତା ୧ ତାରିଖରେ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭଗ । ସେଗୁଡ଼ିକ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ମୟୂରଭଞ୍ଜ । ଏହି ସବୁ ଜିଲ୍ଲାରେ ୫୦ ମିଟର ତଳକୁ ଖସିବ ଦୃଶ୍ୟମାନ ଦୂରତା । ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ସତର୍କତାର ସହ ଗାଡି ଚାଳନା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।
ଆହୁରି ପଢନ୍ତୁ : ନିର୍ବନ୍ଧ ପରେ କନ୍ୟାକୁ ବିଷ, ବିଷ ପିଆଇଲା ଭାବି ସ୍ୱାମୀର ପୂର୍ବତନ ପ୍ରେମିକା