ପୁଣି ହେବ ଘୂର୍ଣ୍ଣିବଳୟ, ଆହୁରି ୫ ଦିନ ପର୍ଯ୍ୟନ୍ତ ମେଘୁଆ ରହିବ ପାଗ

ଭୁବନେଶ୍ୱର : ପୁଣି ହେବ ଘୂର୍ଣ୍ଣିବଳୟ । ଆଗକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ବର୍ଷାର ପରିମାଣ ବଢ଼ିପାରେ l ସେପଟେ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ପ୍ରଭାବରେ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି  l ଆଗକୁ ଆହୁରି ୫ ଦିନ ପର୍ଯ୍ୟନ୍ତ ପାଗ ମେଘୁଆ ରହିବ । ଏହା ସହିତ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେଇପାରେ l କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  l ୫ ତାରିଖରେ କମିପାରେ ବର୍ଷାର ପରିମାଣ l  ପୁଣି ୬ରୁ ୮ ତାରିଖ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।