୧୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର :  ଆଜିଠୁ ବଢ଼ିବ ବର୍ଷା । ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ୧୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୮ ତାରିଖ ପରେ କମିପାରେ ବର୍ଷାର ପରିମାଣ । ଚଳିତ ମୌସୁମୀ ଋତୁରେ ଏଯାଏ ୯ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ବର୍ତ୍ତମାନ ସୁଦ୍ଧା ୬୩୪. ୯ ମିମି ବର୍ଷା ହୋଇଥିବା ବେଳେ ସ୍ବାଭାବିକ ବୃଷ୍ଟିପାତ ପରିମାଣ ୬୯୮. ୪ ମିମି । ମାଲକାନଗିରିରେ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୪ଟି ଜିଲ୍ଲାରେ ଅଧିକ ବର୍ଷା ରେକର୍ଡ ହୋଇଛି । ୧୬ ଜିଲ୍ଲାରେ ସ୍ବାଭାବିକ ବର୍ଷା ଓ ୧୦ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.