କାଲିଠୁ ପୁଣି କାଳବୈଶାଖୀ ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : କାଲିଠୁ ପୁଣି କାଳବୈଶାଖୀ । ଆସନ୍ତାକାଲି ଅପରାହ୍ଣରେ ମାଲକାନଗିରି, ଗଞ୍ଜାମ, କୋରାପୁଟ ଓ ମୟୂରଭଞ୍ଜରେ ବିଜୁଳି, ଘଡ଼ଘଡ଼ିର ଆଶଙ୍କା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ । ସେହିପରି ଝାରସୁଗୁଡ଼ା, ବୌଦ୍ଧ, ସମ୍ବଲପୁର ଓ ବଲାଙ୍ଗୀରକୁ ହିଟୱେଭ ପାଇଁ ୟେଲୋ ଚେତାବନୀ ଜାରି କରାଯାଇଛି । ତାତି ଓ ଆର୍ଦ୍ରତା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୭ ତାରିଖରେ କାଳବୈଶାଖୀ ପାଇଁ ୭ ଜିଲ୍ଲା କୋରାପୁଟ, ଗଞ୍ଜାମ, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର ଓ ଭଦ୍ରକକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ବିଜୁଳି, ଘଡ଼ଘଡ଼ି ଓ ପବନ ପାଇଁ ୧୮ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତା ୨୯ ତାରିଖ ଯାଏ କାଳବୈଶାଖୀ ହେବ । ଆସନ୍ତା ୩ ଦିନରେ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ଏହାପରେ ଦିନ ତାପମାତ୍ରାରେ ୩ରୁ ୫ ଡିଗ୍ରି ସେଲସିୟସ ହ୍ରାସ ହୋଇପାରେ ।