୪ ଦିନ କାଳବୈଶାଖୀ ବର୍ଷା, ୨୧ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ୪ ଦିନ କାଳବୈଶାଖୀ ବର୍ଷା । ଆଜି ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ପାଇଁ ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ସମ୍ବଲପୁର ସମେତ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ । ସେହିପରି ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୨୧ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।
୨୯ ଓ ୩୦ ତାରିଖରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସର୍ବାଧିକ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ଯାଏ କମିଛି ।
Also read: ପ୍ରଶାନ୍ତଙ୍କ ମୃତ୍ୟୁ ପରେ ତାଙ୍କ ନାଁରେ ଚାଲିଛି ମିଛ ଅନୁକମ୍ପା ଆଦାୟ