ଆଜିଠୁ ୫ ଦିନ କାଳବୈଶାଖୀ ବର୍ଷା, ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଆଜିଠୁ ୫ ଦିନ କାଳବୈଶାଖୀ ବର୍ଷା । ବିଜୁଳି, ଘଡ଼ଘଡ଼ି, କୁଆପଥର ସହ ପ୍ରବଳ ବର୍ଷା ପାଇଁ ଆସନ୍ତାକାଲି ସକାଳ ସାଢ଼େ ୮ ଟା ପର୍ଯ୍ୟନ୍ତ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । କିଛି ସ୍ଥାନରେ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିପାରେ। ସେହିପରି ୨୧ ଜିଲ୍ଲାକୁ ବିଜୁଳି ଏବଂ ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆସନ୍ତାକାଲି ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ପାଇଁ ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ସମ୍ବଲପୁର ସମେତ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ । ସେହିପରି ଆସନ୍ତାକାଲି ବିଜୁଳି, ଘଡ଼ଘଡ଼ି ପାଇଁ ୨୧ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା ରହିଛି। ୨୪ ଘଣ୍ଟାରେ ଦିନ ତାପମାତ୍ରାରେ ୩ରୁ ୫ ଡିଗ୍ରି ସେଲସିୟସ ବୃଦ୍ଧି ସମ୍ଭାବନା ରହିଛି । ଏହାପରେ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ ।