Below header

ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍ସ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଭାରତରେ ସର୍ବନିମ୍ନ ତାପମାତ୍ରା ବୃଦ୍ଧିର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା, ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ, ଛତିଶଗଡ଼, ବିହାର ଓ ଝାଡଖଣ୍ଡରେ ୨୭ରୁ ୨୯ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି ।

ଏହାସହ ପଞ୍ଜାବ, ହରିୟାଣା, ଦିଲ୍ଲୀ, ଉତ୍ତରପ୍ରଦେଶ ଓ ରାଜସ୍ଥାନରେ ୨୬ ତାରିଖରୁ ୨୯ ତାରିଖ ଯାଏ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଇଏମଡିର ପୂର୍ବାନୁମାନ ଯୋଗୁ ଆସନ୍ତା ୨୬ରୁ ଉତ୍ତରପଶ୍ଚିମ ଭାରତ ଓ ଡିସେମ୍ବର ୨୭ରୁ କେନ୍ଦ୍ରୀୟ ଭାରତରେ ତାପମାତ୍ରା ବଢ଼ିବ । ଏହି ସମୟରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ସେଲସିୟସ ବଢ଼ିବ ବୋଲି ଆଶଙ୍କା କରାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.