ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ ! ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ଉତ୍ତର ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।
ପ୍ରଭାବରେ ରାଜ୍ୟରେ ଆଗାମୀ ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପୁରୀ, ଖୋର୍ଦ୍ଧା ସମେତ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୫ ତାରିଖରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ଏହି ଦୁଇ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଂକା ରହିଛି। ସେହିପରି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୭ ତାରିଖ ପାଇଁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୨୮ ରୁ ବର୍ଷାର ପରିମାଣ କମିବ ।