ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ପ୍ରଭାବରେ ଜାରି ରହିଛି ବର୍ଷା। ଦକ୍ଷିଣ ବାଂଲାଦେଶ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଲଘୁଚାପ ଧୀରେ ଧୀରେ ଉତ୍ତର- ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ରାଜ୍ଯରେ ବର୍ଷା ଲାଗି ରହିଛି। ଆଜି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୦ତାରିଖରେ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହା ପରେ କମିବ ବର୍ଷାର ପରିମାଣ। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୨ତାରିଖରୁ ପୁଣି ବଢିବ ବର୍ଷାର ପରିମାଣ। ସେପଟେ ରାଜ୍ୟରେ ଏଯାଏ ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି।