Below header

ଗଞ୍ଜାମ ଜିଲ୍ଲା ଆସ୍କାରେ ଗୁରୁତ୍ୱପୂର୍ଣ୍ଣ ସେତୁ ହେଲା ଉଦଘାଟିତ

ଗଞ୍ଜାମ(କେନ୍ୟୁଜ୍):  ଗଞ୍ଜାମ ଜିଲ୍ଲା ଆସ୍କାରେ ଗୁରୁତ୍ୱପୂର୍ଣ୍ଣ ସେତୁ ଉଦଘାଟିତ ହୋଇଛି । ବ୍ରିଟିଶ ସମୟର ଦୁଇଟି ପୁରୁଣା ସେତୁକୁ replace କରାଯାଇ ଏହାକୁ ନିର୍ମାଣ କରାଯାଇଛି । ଜିଲ୍ଲାର ବିଭିନ୍ନ ଅଞ୍ଚଳର ରାସ୍ତା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସଂଯୋଗ ଭାବେ କାର୍ଯ୍ୟ କରିବ । ଆସ୍କା, ଆସ୍କା ଭଞ୍ଜନଗର, ଛତ୍ରପୁର ଓ ଅନ୍ୟାନ୍ୟ ସହରରୁ ଭୁବନେଶ୍ଵରକୁ ଦୂରତା କମିବ । ସାଢେ ତିନି ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ସେତୁ ଦ୍ଵାରା ଜିଲ୍ଲାର ବାଣିଜ୍ୟ କାରବାର, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆହୁରି ଉନ୍ନତି ଆସିବ ବୋଲି ମୁଖ୍ୟନ୍ତ୍ରୀ ଘୋଷଣା କରିଛନ୍ତି ।

ଚଳିତ ଆର୍ଥିକ ବଷରେ ୧୦୦୦ କିଲୋମିଟର ରାସ୍ତା ଓ ୩୦ଟି ବଡ ସେତୁ ର୍ନିମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୨୩୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏହାସହ ବିଜୁ ସେତୁ ଯୋଜନାରେ ପ୍ରାୟ ୧୦୦୦ କୋଟି ଟଙ୍କା ଓ ଗ୍ରାମ ସଡକ ପାଇଁ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରହିଛି । ଏପଟେ ଗଞ୍ଜାମ ଜିଲ୍ଲା କୋଭିଡ ପରିଚାଳନା କ୍ଷେତ୍ରରେ ସାରା ଦେଶରେ ସୁନାମ ଅର୍ଜନ କରିଛି । ଏଥିପାଇଁ ସିଏମ ଜିଲ୍ଲାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ତେବେ ବିପଦ ଏବେ ବି ଯାଇନାହିଁ । Second wave ର ଭୟ ରହିଛି । ତେଣୁ କୋଭିଡ ନିୟମ ପାଳିବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ଭିଡ ଜାଗାରେ social distance ବଜାୟ ରଖିବାକୁ ନବୀନ ପରାମର୍ଶ ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.