ରାଜ୍ୟ କ୍ୟାବିନେଟ୍‌ରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି: ୩ ଜିଲ୍ଲାରେ ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପକୁ ମିଳିଲା ମଂଜୁରୀ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବରେ ବାଜିଲା ମୋହର । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ୩ଟି ଜିଲ୍ଲାରେ ମେଗା ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ବାଲେଶ୍ୱର ଜିଲ୍ଲାରେ ମେଗା ପାନୀୟ ଜଳ ପ୍ରକଳ୍ପକୁ ଅନୁମୋଦନ ମିଳିଛି । ସେହିପରି ମିଲେଟ୍‌ ମିଶନ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ମଞ୍ଜୁରୀ ଦିଆଯାଇଛି । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ହେବ ମିଲେଟ୍‌ ମିଶନ । ୪ ଟି ଜିଲ୍ଲାରେ ହେବ ବାତ୍ୟା ନିରୋଧୀ ଲୁଣାବନ୍ଧ । ଓଏମସି ସହ କଳିଙ୍ଗ ଆଇରନ୍‌ ଓ୍ଵାର୍କସ ଓ ଫେରୋକ୍ରମ ମିଶ୍ରଣକୁ କ୍ୟାବିନେଟ ବୈଠକରେ ଅନୁମୋଦନ ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.